ଋଷିକୂଲ୍ୟା ମୁହାଣରେ କଇଁଛଙ୍କ ମିଳନ ପର୍ବ ଆରମ୍ଭ

ଗଞ୍ଜାମ,୧୩ା୧୨(ବିଦ୍ୟାଧର ସାହୁ): ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ବିଳମ୍ବ ହୋଇଥିବା ସ୍ଥାନୀୟ ପରିବେଶବିତ୍‌ମାନେ ମତ ଦେଇଛନ୍ତି। ବୁଧବାର ରମ୍ଭା ଫରେଷ୍ଟର ରତନ କୁମାର ବେହେରାଙ୍କ ନେତୃତ୍ୱରେ ଏକ ପାଟ୍ରୋଲିଂ ଟିମ୍‌ ସମୁଦ୍ର ମଧ୍ୟକୁ ଯାଇଥିବା ବେଳେ ସମୁଦ୍ରକୂଳଠାରୁ ୫କିମି ପରିଧି ମଧ୍ୟରେ ଦଳ ଦଳ କଇଁଛଙ୍କ ମିଳନ ଚାଲିଥିବା ଦେଖିବାକୁ ପାଇଥିଲେ। ଏହି ମିଳନ ପ୍ରକ୍ରିୟା ଜାନୁୟାରୀ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଏଥିସହ ସମୁଦ୍ରରେ ଘଣ୍ଟା ଘଣ୍ଟା ଧରି ମିଳନ ଦେଖାଦେବ। ସମୁଦ୍ର ଉପକୂଳରେ ଦକ୍ଷିଣା ପବନ ବୋହିଲେ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରିଛି ବନ ବିଭାଗ। କଇଁଛଙ୍କ ମିଳନ ପ୍ରକ୍ରିୟାରେ ବାଧା ନ ଉପୁଜିବା ଲାଗି ଉତ୍ତର ଦିଗରେ ଥିବା ପ୍ରୟାଗୀ ଓ ଦକ୍ଷିଣ ଦିଗରେ ଥିବା ଆର୍ଜିପଲ୍ଲୀ ପର୍ଯ୍ୟନ୍ତ ସମୁଦ୍ର ଅଞ୍ଚଳକୁ ବନ ବିଭାଗ ପକ୍ଷରୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଏଥିସହ ଗଣ ଅଣ୍ଡାଦାନ ସମୟରେ କଇଁଛମାନଙ୍କ ଉପଯୁକ୍ତ ସୁରକ୍ଷା ପାଇଁ ବେଳାଭୂମିରେ ବନ ବିଭାଗ ତରଫରୁ ବ୍ୟାରିକେଟ୍‌ ନିର୍ମାଣ କରାଯାଇଛି। ତାମିଲନାଡୁ ଓ ଆନ୍ଧ୍ରାରୁ ଟ୍ରଲରଗୁଡ଼ିକ ମାଛ ମରିବାକୁ ଅବାଧରେ ସମୁଦ୍ର ମଧ୍ୟକୁ ପଶି ଯାଉଥିବା ହେତୁ ବନ ବିଭାଗର ଦୁଇଟି ଟ୍ରଲର ପାଟ୍ରୋଲିଂ କରାଯାଉଥିବା ସହ ସ୍ଥାନୀୟ ବେଳାଭୂମିଠାରେ କୋଷ୍ଟଗାର୍ଡ ନିୟୋଜିତ କରାଯାଇଥିବା ରେଞ୍ଜର ରତନ ବେହେରା ସୂଚନା ଦେଇଛନ୍ତି। ଆସନ୍ତା ଜାନୁୟାରୀ ଶେଷ ସପ୍ତାହ କିମ୍ବା ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପରିବେଶବିତ୍‌ମାନେ ପୂର୍ବାନୁମାନ କରିଛନ୍ତି। କଇଁଛମାନଙ୍କ ସୁରକ୍ଷା ନିମନ୍ତେ ବନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଫରେଷ୍ଟ ଗାର୍ଡ ଶିବରାମ ଟୁଡୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri