ପଶ୍ଚିମବଙ୍ଗକୁ ଚାଲାଣ ହେଉଛି କଇଁଛ: ଟ୍ରେନ୍‌ରୁ ୧୭ କଇଁଛ ଜବତ, ୨ ଗିରଫ

ବାଲେଶ୍ୱର,୧୯।୯(ବାଞ୍ଛାନିଧି ଦେ): ଦକ୍ଷିଣ-ପୂର୍ବ ରେଳପଥ ଖଡଗପୁର ଡିଭିଜନ୍‌ର ଆର୍‌ପିଏଫ୍‌ ସିଆଇବି (କ୍ରାଇମ୍‌ ଇଣ୍ଟେଲିଜେନ୍ସ ବ୍ରାଞ୍ଚ) ପକ୍ଷରୁ ଗୁରୁବାର ଏକ ଟ୍ରେନ୍‌ରେ ଚଢାଉ କରାଯାଇଥିଲା। ଭଦ୍ରକ-ଖଡଗପୁର ଡାଉନ ପାସେଞ୍ଜର ଟ୍ରେନ୍‌ରେ କଇଁଛ ଚୋରା ଚାଲାଣ ହେଉଥିବା ବେଳେ ସିଆଇବିର ୩ଜଣିଆ ଟିମ୍‌ ବାଲେଶ୍ୱରେ ରେଳ ଷ୍ଟେଶନ ନିକଟ ଖନ୍ତାପଡ଼ା-ନୀଳଗିରି ମଝିରେ ଠାବ କରିଥିଲେ। ୧୭ଟି ଜୀବନ୍ତ କଇଁଛକୁ ଜବତ କରିବା ସହ ସମ୍ପୃକ୍ତ ୨ଜଣ ବେପୋରୀଙ୍କୁ ଆଣି ବାଲେଶ୍ୱର ଆର୍‌ପିଏଫ୍‌ ଥାନାରେ ଅଟକ ରଖିଥିଲେ। ଏ ସମ୍ପର୍କରେ ବନବିଭାଗକୁ ଖବର ଦିଆଯାଇଥିଲା। ବନବିଭାଗ ଅଧିକାରୀ ପହଞ୍ଚତ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଅଭିଯୁକ୍ତଦ୍ୱୟ ହେଲେ ସଦର ଥାନା ଅଧୀନ ବସନ୍ତପୁର ଅଞ୍ଚଳର ଯଦୁଆ ସିଂ ଓ ଖନ୍ତାପଡ଼ା ଥାନା ଟିଣା ଅଞ୍ଚଳର ଶ୍ୟାମ ଦଳେଇ।
ବିଭିନ୍ନ ସମୟରେ ଓଡ଼ିଶାରୁ ଟ୍ରେନ୍‌ ଯୋଗେ ପଶ୍ଚିମବଙ୍ଗକୁ ବିପୁଳ ପରିମାଣରେ କଇଁଛ ଚୋରା ଚାଲାଣ ହୋଇଆସୁଛି। ଖବର ପାଇ ଖଡଗପୁର ଡିଭିଜନର ସିଆଇବି ଡିଆଇ ୱାଇ. କୁମାରଙ୍କ ନିର୍ଦ୍ଦେଶକ୍ରମେ ଏଏସ୍‌ଆଇ ଗଜେନ୍ଦ୍ର ବେହେରା ଓ ଏସ୍‌. କେ. ସିଂ, ହେଡ୍‌ କନଷ୍ଟେବଲ ଏସ୍‌. କେ. ସିଂ ଉକ୍ତ ଟ୍ରେନ୍‌ରେ ଚଢାଉ କରି ଉଭୟ ଅଭିଯୁକ୍ତଙ୍କ ନିକଟରୁ ୧୭ଟି କଇଁଛ ଜବତ କରିବାରେ ସମର୍ଥ ହୋଇଥିଲେ। ଏ ସମ୍ପର୍କରେ ବନବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri