ତୁରୁମୁଙ୍ଗା ଗ୍ରୀଡ୍‌ ସବ୍‌ଷ୍ଟେଶନ ନିର୍ମାଣ ବିଳମ୍ବ ନେଇ କ୍ଷୋଭ

କେନ୍ଦୁଝର,୨୧ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ଗ୍ରାମ୍ୟ ଉନ୍ନୟନ, ଶକ୍ତି, ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଜିଏସ୍‌ଟି କମିଶନର ସଞ୍ଜୟ କୁମାର ସିଂହ ୩ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଅଗ୍ରଗତି ତଦାରଖ ସହ ସମୀକ୍ଷା କରିଛନ୍ତି। ବୁଧବାର ଯୋଡ଼ା ଓ ବଡ଼ବିଲ ଗସ୍ତ ପରେ ପାଟଣା ବ୍ଲକ୍‌ ତୁରୁମୁଙ୍ଗାଠାରେ ଓପିଟିସିଏଲ୍‌ ଆନୁକୂଲ୍ୟରେ ନିର୍ମାଣାଧୀନ ଗ୍ରୀଡ୍‌ ସବ୍‌ଷ୍ଟେଶନର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁ କ୍ଷୋଭ ପ୍ରକାଶ କରିବା ସହିତ ଚଳିତ ଆର୍ଥିକ ବର୍ଷ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଯଦି ସମୟସୀମା ମଧ୍ୟରେ ସଂଯୋଗ କରୁଥିବା ୨୨୦ କେ.ଭି. ବିଦ୍ୟୁତ୍‌ ଲାଇନ୍‌ ଏବଂ ସେଥିରୁ ବାହାରୁଥିବା ୧୩୨ କେ.ଭି. ବିଦ୍ୟୁତ୍‌ ଲାଇନ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହୁଏ, ଠିକା ସଂସ୍ଥାକୁ କଳା ତାଲିକାଭୁକ୍ତ କରାଯିବ ବୋଲି ଚେତାବନୀ ଦେଇଥିଲେ। ପ୍ରତିଦିନ ନିର୍ମାଣ କାର୍ଯ୍ୟର ଅଗ୍ରଗତି ବିବରଣୀ ଜଣାଇବାକୁ କହିଥିଲେ। ଏହି ସମୟରେ ଓପିଟିସିଏଲ୍‌ର ଏକ୍‌ଜିକ୍ୟୁଟିଭ୍‌ ଡିରେକ୍ଟର ଜୟରାମ ସାହୁ, ଜେନେରାଲ ମ୍ୟାନେଜର ସୁବ୍ରତ ନାୟକ, ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ସିଂହ ଓ ଶଶାଙ୍କ ଶେଖର ବେହେରାଙ୍କ ସମେତ ବିଭାଗୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।
ଚ୍ରୁରୁବାର ସର୍କିଟ୍‌ ହାଉସ୍‌ଠାରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେଙ୍କ ଉପସ୍ଥିତିରେ ବିଭିନ୍ନ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ପରେ ଚମ୍ପୁଆ ବ୍ଲକ୍‌ ଅନ୍ତର୍ଗତ ଉଚ୍ଚବାଲି ଗ୍ରାମରେ ବିଜୁ ସେତୁ ଯୋଜନାରେ ବୈତରଣୀ ନଦୀ ଉପରେ ୨୦୬୦.୨୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣାଧୀନ ପୋଲର (ଉଚ୍ଚବାଲିରୁ ଉତ୍ତରପଶି ରୋଡ୍‌ ଭାୟା ପଦ୍ମପୁର) ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ। ମେ ମାସ ସୁଦ୍ଧା ପୋଲର ସମସ୍ତ ନିର୍ମାଣ ଶେଷ କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗର କର୍ମକର୍ତ୍ତା ଓ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ସେତୁ ନିର୍ମାଣ ଫଳରେ କେନ୍ଦୁଝରର ୧୦ ପଞ୍ଚାୟତ, ମୟୂରଭଞ୍ଜ ଜିଲାର ୭ ପଞ୍ଚାୟତର ଜନସାଧାରଣ ଉପକୃତ ହୋଇପାରିବେ। ଡିଏମ୍‌ଏଫ୍‌ (ଜିଲା ଖଣିଜ ପାଣ୍ଠି)ଓ ଓମ୍ବାଡିସି(ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପ୍‌ମେଣ୍ଟ୍‌ କର୍ପୋରେଶନ) ଅନୁଦାନରେ ହାତକୁ ନିଆଯାଇଥିବା ପ୍ରକଳ୍ପଗୁଡ଼ିକର ୫ ବର୍ଷ ପର୍ଯ୍ୟନ୍ତ ମରାମତି ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ ଅଟକଳରେ ଅନ୍ତର୍ଭୁକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଓ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅନ୍ତର୍ଗତ ଗାଇଡ୍‌ଲାଇନ ଅନୁଯାୟୀ ଜିଲାପାଳଙ୍କ ନିକଟକୁ ପ୍ରସ୍ତାବ ପଠାଇବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରମୁଖ ଶାସନ ସଚିବଙ୍କ ଉକ୍ତ ତଦାରଖ ଓ ସମୀକ୍ଷା ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଚିଫ୍‌ କନ୍‌ଷ୍ଟ୍ରକଶନ ଇଞ୍ଜିନିୟର ଏନ୍‌.ଭି. ହରିହର, ଇଞ୍ଜିନିୟର ଇନ୍‌ ଚିଫ୍‌ ଇଂ. ପ୍ରଦୀପ ଚନ୍ଦ୍ର ସାମଲ, ଚିଫ୍‌ ଇଞ୍ଜିନିୟର ବ୍ରିଜ୍‌ ରମେଶ ଚନ୍ଦ୍ର ବେହେରା, ଅଧୀକ୍ଷଣ ଯନ୍ତ୍ରୀ(୧) ସରୋଜ ପାଢ଼ୀ, ଅଧୀକ୍ଷଣ ଯନ୍ତ୍ରୀ (୨) ବିନୋଦ ବିହାରୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri