ସୁବଳୟା ଅଞ୍ଚଳରେ ବୁଲୁଛନ୍ତି ଦନ୍ତାହାତୀ: ଗୋଡେ ଗୋଡେ ଜଗିଛି ବନ ବିଭାଗ

ଅମରପାଲି, ୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ବନାଞ୍ଚଳର ସୁବଳୟା ଅଞ୍ଚଳରେ ଜଙ୍ଗଲି ଦନ୍ତା ହାତୀ ବୁଲୁଥିବାବେଳେ ବନବିଭାଗ ପଛେପଛେ ଯାଉଛନ୍ତି। ସୂଚନା ଅନୁସାରେ, ଏକ ତିନି ଟିକିଆ ହାତୀ ପଲ ଖାଦ୍ୟ ଅନ୍ବେଷଣ ହେଉ କିମ୍ବା ପ୍ରବଳ କୁହୁଡି ପାଇଁ ଦନ୍ତା ହାତୀ୍‌ଟି ଗୋଠଛଡ଼ା ହୋଇଯାଇଥିଲା। ଫଳରେ ଗତରାତି ପ୍ରାୟ ୧୦ଟାରେ ସୁବଳୟା ନିକଟସ୍ଥ ମହାନଦୀ କୂଳ ଫସଲ କିଆରିରେ ଦେଖିବାକୁ ମିଳିଥିଲା l ଖବର ପାଇ ସୁବଳୟା ସେକ୍ସନ ବନପାଳ ବନ କର୍ମଚାରୀଙ୍କୁ ନେଇ ରାତିତମାମ ହାତୀକୁ ସୁରକ୍ଷିତ ଘୋଉଡାଇବାକୁ ଚେଷ୍ଟା କରିଥିଲେ। ମାତ୍ର ସୋମବାର ସକାଳୁ ସକାଳୁ ନୂଆପଡ଼ା, କେଲଗାଁ ପଟରୁ ପୁଣି ଫେରି ସୁବଳୟା-ଟେଭାପଦର ଦେଇ ଦୂରଦୂରା ଜଙ୍ଗଲକୁ ଦନ୍ତା ହାତୀକୁ ସୁରକ୍ଷିତ ଘଉଡ଼ାଇ ଦିଆଯାଇଛି l ଟେଭାପଦର ଗାଁଠାରେ କିଛି ଚାଷୀ ଅମଳ କରି ଗଚ୍ଛିତ ରଖିଥିବା ଧାନ ଖରିକୁ ମାଡି ଫିଙ୍ଗି ଦେଇଥିବାବେଳେ ବିଶେଷ କିଛି କ୍ଷତି କରି ନ ଥିବା ବନବିଭାଗ ତରଫରୁ ସୂଚନା ଦିଆଯାଇଛି l ସୁବଳୟା ବନପାଲ ନିରଞ୍ଜନ ପଧାନଙ୍କ ନେତୃତ୍ୱରେ ବନ ବିଭାଗ ହାତୀ ଘଉଡ଼ାଉଛନ୍ତି। ସୋମବାର ରାତିରେ ପୁଣି ଉକ୍ତ ହାତୀଟି ଖଣ୍ଡହତା ପଞ୍ଚାୟତ ଜନକପୁର ଅଞ୍ଚଳରେ ଦେଖିବାକୁ ମିଳିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri