ଉତ୍ପାତ ଚଲାଇଛି ଗୋଠଛଡ଼ା ଦନ୍ତା

ବୈଶିଙ୍ଗା,୧୩ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କ୍ଷୀରପଦା, ଦଲଦଲି, ମୋହନପୁର, ଖଇରବଣି, ଭୁଡୁରୁବଣି, ହାତୀଝୁରି ଆଦି ଗ୍ରାମରେ ଏକ ଗୋଠଛଡ଼ା ଦନ୍ତା ହାତୀ ସପ୍ତାହେ ହେଲା ଉତ୍ପାତ ଚଳାଇଛି। ଫସଲ ନଷ୍ଟ କରିବା ସହ ଘରଦ୍ୱାର ଭାଙ୍ଗି ପକାଉଛି। ହାତୀଟି ଦିନରେ କ୍ଷୀରପଦା ଜଙ୍ଗଲ ମଧ୍ୟରେ ଲୁଚି ରହୁଥିବା ବେଳେ ରାତି ହେଲେ ନିକଟସ୍ଥ ଗାଁରେ ପଶି କ୍ଷୟକ୍ଷତି କରୁଛି। ଅନ୍ୟପକ୍ଷରେ ବଡ଼ାମପୁର ଗାଁ ନିକଟସ୍ଥ ଜଙ୍ଗଲକୁ ମଧ୍ୟ ୧୧ଟି ଝାଡ଼ଖଣ୍ଡି ହାତୀ ଆସି ଆଖପାଖ ଅଞ୍ଚଳରେ ଉପଦ୍ରବ କରୁଛନ୍ତି। ଏନେଇ ଅଞ୍ଚଳବାସୀ ଭୟ ଓ ଆତଙ୍କିତ ଅବସ୍ଥାରେ ରହିଛନ୍ତି।
ହାତୀଙ୍କ ସୁରକ୍ଷିତ ଚଳପ୍ରଚଳ ଲାଗି ପ୍ରଶାସନ ପକ୍ଷରୁ ବିଜୁଳି ସଂଯୋଗ ବିଚ୍ଛିନ୍ନ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଲୋକେ ଅତିଷ୍ଠ ହୋଇ ପଡ଼ିବା ସହ ଏହା ସେମାନଙ୍କ ପାଇଁ ବେଡ଼ି ଉପରେ କୋରଡ଼ା ସଦୃଶ ହୋଇପଡ଼ୁଛି। ଏନେଇ ଆତ୍ମନିଯୁକ୍ତି ଉଦ୍ଦେଶ୍ୟରେ ସ୍ଥାପନ କରାଯାଇଥିବା ସ୍ଥାନୀୟ ବାସିନ୍ଦାଙ୍କ ମାଛ, ଡାଇରୀ ଫାର୍ମ, ମେଶିନ୍‌ ପ୍ରସ୍ତୁତ ଶାଳ ପତ୍ର ଖଲି ଦୋନା ଉଦ୍ୟୋଗଗୁଡ଼ିକ ଗୁରୁତର ପ୍ରଭାବିତ ହୋଇଛି। ସନ୍ତରା ପଞ୍ଚାୟତର ମଛପଦାଠାରେ ଥିବା ଅବଧୂତ ମାଛ ଜାଆଁଳ ଉତ୍ପାଦନ କେନ୍ଦ୍ରର ମାଲିକ ଅରବିନ୍ଦ ସାହୁ ଅଭିଯୋଗ କରିଛନ୍ତି ଯେ, ହାତୀଙ୍କ ସୁରକ୍ଷା ନିମନ୍ତେ ବିଜୁଳି କାଟ୍‌ ହେବା ଫଳରେ ବର୍ଷକ ମଧ୍ୟରେ ତାଙ୍କର ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି। ରାତିରେ ବିଜୁଳି କାଟ୍‌ ଯୋଗୁ ଆର୍ଥିକ ତଣ୍ଡ ସହିବାକୁ ପଡ଼ୁଥିବା ଯୁବ ଉଦ୍ୟୋଗୀମାନେ କହିଛନ୍ତି। ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ପ୍ରଦାନ କରିବାକୁ ଅଞ୍ଚଳର ସତ୍ୟ ନାରାୟଣ ବିନ୍ଧାଣି, ମନୋଜ କୁମାର ପୁହାଣ, ଅରୁଣ ସାହୁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri