ଉତ୍ପାତ ଚଲାଇଛି ଗୋଠଛଡ଼ା ଦନ୍ତା

ବୈଶିଙ୍ଗା,୧୩ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କ୍ଷୀରପଦା, ଦଲଦଲି, ମୋହନପୁର, ଖଇରବଣି, ଭୁଡୁରୁବଣି, ହାତୀଝୁରି ଆଦି ଗ୍ରାମରେ ଏକ ଗୋଠଛଡ଼ା ଦନ୍ତା ହାତୀ ସପ୍ତାହେ ହେଲା ଉତ୍ପାତ ଚଳାଇଛି। ଫସଲ ନଷ୍ଟ କରିବା ସହ ଘରଦ୍ୱାର ଭାଙ୍ଗି ପକାଉଛି। ହାତୀଟି ଦିନରେ କ୍ଷୀରପଦା ଜଙ୍ଗଲ ମଧ୍ୟରେ ଲୁଚି ରହୁଥିବା ବେଳେ ରାତି ହେଲେ ନିକଟସ୍ଥ ଗାଁରେ ପଶି କ୍ଷୟକ୍ଷତି କରୁଛି। ଅନ୍ୟପକ୍ଷରେ ବଡ଼ାମପୁର ଗାଁ ନିକଟସ୍ଥ ଜଙ୍ଗଲକୁ ମଧ୍ୟ ୧୧ଟି ଝାଡ଼ଖଣ୍ଡି ହାତୀ ଆସି ଆଖପାଖ ଅଞ୍ଚଳରେ ଉପଦ୍ରବ କରୁଛନ୍ତି। ଏନେଇ ଅଞ୍ଚଳବାସୀ ଭୟ ଓ ଆତଙ୍କିତ ଅବସ୍ଥାରେ ରହିଛନ୍ତି।
ହାତୀଙ୍କ ସୁରକ୍ଷିତ ଚଳପ୍ରଚଳ ଲାଗି ପ୍ରଶାସନ ପକ୍ଷରୁ ବିଜୁଳି ସଂଯୋଗ ବିଚ୍ଛିନ୍ନ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଲୋକେ ଅତିଷ୍ଠ ହୋଇ ପଡ଼ିବା ସହ ଏହା ସେମାନଙ୍କ ପାଇଁ ବେଡ଼ି ଉପରେ କୋରଡ଼ା ସଦୃଶ ହୋଇପଡ଼ୁଛି। ଏନେଇ ଆତ୍ମନିଯୁକ୍ତି ଉଦ୍ଦେଶ୍ୟରେ ସ୍ଥାପନ କରାଯାଇଥିବା ସ୍ଥାନୀୟ ବାସିନ୍ଦାଙ୍କ ମାଛ, ଡାଇରୀ ଫାର୍ମ, ମେଶିନ୍‌ ପ୍ରସ୍ତୁତ ଶାଳ ପତ୍ର ଖଲି ଦୋନା ଉଦ୍ୟୋଗଗୁଡ଼ିକ ଗୁରୁତର ପ୍ରଭାବିତ ହୋଇଛି। ସନ୍ତରା ପଞ୍ଚାୟତର ମଛପଦାଠାରେ ଥିବା ଅବଧୂତ ମାଛ ଜାଆଁଳ ଉତ୍ପାଦନ କେନ୍ଦ୍ରର ମାଲିକ ଅରବିନ୍ଦ ସାହୁ ଅଭିଯୋଗ କରିଛନ୍ତି ଯେ, ହାତୀଙ୍କ ସୁରକ୍ଷା ନିମନ୍ତେ ବିଜୁଳି କାଟ୍‌ ହେବା ଫଳରେ ବର୍ଷକ ମଧ୍ୟରେ ତାଙ୍କର ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି। ରାତିରେ ବିଜୁଳି କାଟ୍‌ ଯୋଗୁ ଆର୍ଥିକ ତଣ୍ଡ ସହିବାକୁ ପଡ଼ୁଥିବା ଯୁବ ଉଦ୍ୟୋଗୀମାନେ କହିଛନ୍ତି। ଏଭଳି ସ୍ଥିତିରେ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ପ୍ରଦାନ କରିବାକୁ ଅଞ୍ଚଳର ସତ୍ୟ ନାରାୟଣ ବିନ୍ଧାଣି, ମନୋଜ କୁମାର ପୁହାଣ, ଅରୁଣ ସାହୁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri