ଗାଁ ଛାଡ଼ିଯାଉନି ଦନ୍ତା

ରୂପସା, ୩।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ପୁଣି ଏକ ଦନ୍ତା ତାଣ୍ଡବ ରଚିଛି। ଶୁକ୍ରବାର ଏହି ହାତୀ ଲଛମନଖୁଣ୍ଟା, ଜାରାସାହି କଲୋନୀସାହି ଆଦି ଗାଁକୁ ଯାଇ ବହୁ ଘରଦ୍ୱାର ଭାଙ୍ଗିବା ସହ ଜଣେ ଆଦିବାସୀ ମହିଳା କୁନି ସିଂଙ୍କ ଘରେ ପଶି ପାଚିଲା ପଣସ ଖାଇଯାଇଥିବା ଦେଖିବାକୁ ମିଳିଛି। କୁନି ସିଂ, ବାଙ୍ଗୁ ସିଂ, ରେଣ୍ଠୁ ସିଂ, ବୈକୁଣ୍ଠ ସିଂ, ଏକାଦଶୀ ସିଂ ଓ ହୁସନା ବିବିଙ୍କ ଘର ଓ କାନ୍ଥ ଭାଙ୍ଗି ଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।
ଗୁରୁବାର ରାତିରେ ମୟୂରଭଞ୍ଜ ପଟୁ ଏହି ହାତୀ ଗାଁକୁ ପଶିଆସିଥିଲା। ଲଛମନଖୁଣ୍ଟା, ଜାରାସାହି, ଦରଖୁଳି, ଗୁଆବଣିଆ, ନିମଡ଼ିହା ଆଦି ଗାଁରେ ହାତୀ ବୁଲୁଥିବା ଦେଖି ବନବିଭାଗକୁ ଖବର ଦିଆଯାଇଥିଲା। ବହୁ ଲୋକଙ୍କ ଧାନ, ଚାଉଳ ଖାଇଯିବା ସହ ହାତୀଟି ପରିବା ଫସଲ ନଷ୍ଟ କରିପକାଇଥିଲା। ବନବିଭାଗ କର୍ମଚାରୀ ପହଞ୍ଚତ୍ ଗାଁ ଲୋକଙ୍କ ସହାୟତାରେ ହାତୀକୁ ମୟୂରଭଞ୍ଜ ପଟ ନିମଡ଼ିହା ଜଙ୍ଗଲରେ ଛାଡ଼ିଥିଲେ। ଶୁକ୍ରବାର ରାତିରେ ହାତୀ ବାମଡ଼ା, ମନ୍ତ୍ରୀଡ଼ାହି ଗାଁ ଦେଇ ଏଫ୍‌ସିଆଇ ଗୋଦାମ ରାସ୍ତା ଅତିକ୍ରମ କରି ମୟୂରଭଞ୍ଜ ପଟକୁ ଯିବା ପରେ ବିଦ୍ୟୁତ୍‌ ସଂଯୋଗ କରାଯାଇଥିଲା। ୬ ମାସ ଧରି ବାରମ୍ବାର ରୂପ୍‌ସା ଅଞ୍ଚଳକୁ ହାତୀ ପଶି ଆସୁଥିବାରୁ ଏହାର ସ୍ଥାୟୀ ପ୍ରତିକାର ପାଇଁ ବନବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି। କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ବନବିଭାଗ ଅଧିକାରୀ, ବସ୍ତା ତହସିଲଦାରଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri