ପରଲୋକରେ ଟେଲି ଅଭିନେତା

ମୁମ୍ବାଇ,୨୪।୧୧: ଚଳିତ ବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରି ହେଉ ବା ସିରିୟଲ୍‌ ଜଗତ ପାଇଁ ଏକ କଳାବର୍ଷ ପାଲଟିଛି। ୨୦୨୦ କେତେକ ବିଶିଷ୍ଟ ଅଭିନେତା ଓ ଅଭିନେତ୍ରୀଙ୍କୁ ପ୍ରଂଶକଙ୍କଠାରୁ ଛଡ଼ାଇନେଇଛି। ଇତିମଧ୍ୟରେ ଜଣାଶୁଣା ଟେଲି ଅଭିନେତା ତଥା ‘ସସୁରାଲ ସିମର କା’ ଫେମ୍‌ ଆଶିଷ ରୟଙ୍କ ମଙ୍ଗଳବାର ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ଦୀର୍ଘ ସମୟ ଧରି ସେ କିଡ୍‌ନୀ ରୋଗରେ ପୀଡ଼ିତ ଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ବଲିଉଡ୍‌ ଓ ଟଲିଉଡ୍‌ ଜଗତରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ କରୋନା ଯୋଗୁ ଆର୍ଥିକ ଅବସ୍ଥା ତାଙ୍କର ସ୍ବଚ୍ଛଳ ନ ଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ସାହାଯ୍ୟ ଯୋଗାଇଦେବାକୁ ଆଶିଷ ଅନୁରୋଧ କରିଥିଲେ। ସେହି ସମୟରେ ତାଙ୍କର ହସ୍ପିଟାଲରେ ଡାୟଲିସିସ ଚାଲିଥିଲା। ଏହାପୂର୍ବରୁ ଜାନୁଆରୀ ୨୦୧୯ରେ ଆଶିଷଙ୍କୁ ପକ୍ଷାଘାତ ହୋଇଥିଲା। ଏହା ପରଠାରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଠିକ୍‌ ରହୁ ନ ଥିଲା। ତାଙ୍କ କାର୍ଯ୍ୟ କଥା କହିବାକୁ ଗଲେ ସିରିୟଲ୍‌ ସସୁରାଲ ସିମର କା, ବନେଗି ଅପନି ବାତ୍‌, ୟେସ୍‌ ବସ୍‌, ଜେନି ଅର୍‌ ଜୁଜୁ, ତୁ ମେରେ ଅଗଲ ବଗଲ ହୈ, ବା ବହୁ ଅର ବେବି, ମେରେ ଅଙ୍ଗନେ ମେଁ ଭଳି କାର୍ଯ୍ୟକ୍ରମରେ କାମ କରି ଆଶିଷ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। କେବଳ ସେତିକି ନୁହେଁ ସେ ଜଣେ ଭଏସ୍‌ ଅଭର ଆର୍ଟିଷ୍ଟ ମଧ୍ୟ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri