Posted inଜାତୀୟ

‘ପ୍ରଧାନମନ୍ତ୍ରୀ ମୋଦି ୧୦ ବର୍ଷରେ ପ୍ରେସ କନଫରେନ୍ସ ନ କରି ଖବରଦାତାଙ୍କୁ କଲେ ବହିଷ୍କାର’, ଭାଜପାକୁ ସିଦ୍ଦାରାମାୟାଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୧୬।୯: ବିରୋଧୀ ଦଳ ‘ଇଣ୍ଡିଆ’ ରେ ଅନ୍ତର୍ଭୁକ୍ତ ଦଳଗୁଡିକ ୧୪ ଜଣ ଗଣମାଧ୍ୟମ ଆଙ୍କର ଶୋ’ରେ ସେମାନଙ୍କ ପ୍ରତିନିଧୀଙ୍କୁ ନ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରସଙ୍ଗରେ ରାଜନୀତି ସରଗରମ ହୋଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ସିଦ୍ଧାରାମାୟା ଏବେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କୁ ଟାର୍ଗେଟ କରିଛନ୍ତି। ଇଣ୍ଡିଆ ମିଳିତ ମଞ୍ଚକୁ ସମାଲୋଚନା କରି ଜେପି ନଡା କହିଛନ୍ତି ଯେ ନ୍ୟୁଜ ଆଙ୍କରଙ୍କର ଏଭଳି ତାଲିକା ପ୍ରକାଶ କରିବା ନାଜିମାନଙ୍କର କାର୍ଯ୍ୟ କରିବାର ଶୈଳି ଭଳି। ସେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ ବିରୋଧୀ ଦଳ ୯ ଟି ଚ୍ୟାନେଲରେ ୧୪ ଆଙ୍କରଙ୍କୁ ବହିଷ୍କାର କରିବାକୁ ଗଣମାଧ୍ୟମକୁ ଧମକ ଦେଉଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଜେପି ନଡାଙ୍କୁ ସମ୍ବୋଧିତ କରି ସିଦ୍ଧାରାମାୟା ଲେଖିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୧୦ ବର୍ଷ ମଧ୍ୟରେ ଗୋଟିଏ ବି ଖବରଦାତା ସମ୍ମିଳନୀକୁ ସମ୍ବୋଧିତ ନକରି ପ୍ରତ୍ୟେକ ଭାରତୀୟ ସାମ୍ବାଦିକଙ୍କୁ ବହିଷ୍କାର କରିଛନ୍ତି। କେବଳ ଏତିକି ନୁହେଁ, କଂଗ୍ରେସ ନେତା ଆହୁରି ମଧ୍ୟ କହିଛନ୍ତି ଯେ ଏକ ରାଜନୈତିକ ଦଳର ମାଉଥପିସ ହୋଇ ଗଣମାଧ୍ୟମର ନୈତିକତାକୁ ସାମ୍ନା କରିଥିବା ୧୪ଜଣ ଆଙ୍କରଙ୍କୁ ବୟକଟ କରିବା କିପରି ଭୁଲ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri