Posted inଜାତୀୟ

କରୋନା ନେଲା ଲୋକପ୍ରିୟ ନ୍ୟୁଜ୍‌ ଆଙ୍କରଙ୍କ ଜୀବନ

ନୂଆଦିଲ୍ଲୀ,୩୦।୪: ପ୍ରସିଦ୍ଧ ନ୍ୟୁଜ ଆଙ୍କର୍‌ ରୋହିତ ସରଦାନାଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଦୀର୍ଘ ଦିନ ହେବ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ରୋହିତ ନିକଟରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ନିଜେ କରୋନା ସହ ଲଢୁଥିବାବେଳେ ଶେଷ ପର୍ଯ୍ୟନ୍ତ ସେ ଲୋକଙ୍କ ପାଇଁ ଟୁଇଟର୍‌ରେ ସାହାଯ୍ୟ ମାଗୁଥିଲେ। ଗୁରୁବାର ସକାଳ ୮.୪୧ରେ ଶେଷ ଟୁଇଟ୍‌ କରିଥିଲେ। ତାଙ୍କ ମୃତ୍ୟୁରେ ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି। ଦୀର୍ଘ ଦିନ ଧରି ଟିଭି ମିଡିଆର ମୁଖ ହୋଇଆସୁଥିବା ରୋହିତ ‘ଆଜତକ’ ନ୍ୟୁଜ ଚ୍ୟାନେଲରେ ପ୍ରସାରିତ ହେଉଥିବା ‘ଦଙ୍ଗଲ’ ଶୋ’କୁ ହୋଷ୍ଟ କରୁଥିଲେ। ୨୦୧୮ରେ ରୋହିତଙ୍କୁ ଗଣେଶ ଶଙ୍କର ବିଦ୍ୟାଧର ପୁରସ୍କାର ପ୍ରଦାନ କରାଯାଇଥିଲା। ବରିଷ୍ଠ ଖବରଦାତା ରାଜଦୀପ ସରଦେଶାଇ ମଧ୍ୟ ରୋହିତଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଛନ୍ତି। ଟୁଇଟ୍‌ରରେ ଶ୍ରଦ୍ଧାଞ୍ଜଳି ଦେଇ ସେ କହିଛନ୍ତି, ବନ୍ଧୁଗଣ, ଏହା ଅତ୍ୟନ୍ତ ଦୁଃଖଦ ଖବର। ପ୍ରସିଦ୍ଧ ଟିଭି ନ୍ୟୁଜ ଆଙ୍କର୍‌ ରୋହିତ ସରଦାନାଙ୍କ ଦେହାନ୍ତ ହୋଇଛି। ଆଜି ସକାଳେ ତାଙ୍କର ହୃଦଘାତ ହୋଇଛି। ତାଙ୍କ ପରିବାର ପ୍ରତି ଗଭୀର ସମବେଦନା। ସୂୂଚନାଯୋଗ୍ୟ, କିଛିଦିନ ତଳେ କରୋନା ଆକ୍ରାନ୍ତ ହୋଇଥିବା ନେଇ ସେ ଟୁଇଟ୍‌ ଯୋଗେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri