Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ଭୁଲ ଢଙ୍ଗରେ ଦେଖାଇ ଗିରଫ ହେଲେ ନ୍ୟୁଜ୍‌ ଆଙ୍କର

ନୂଆଦିଲ୍ଲୀ,୫।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ଭୁଲ ଢଙ୍ଗରେ ଉପସ୍ଥାପନ କରିବା ଅଭିଯୋଗରେ ନୋଏଡା ପୋଲିସ ମଙ୍ଗଳବାର ସକାଳେ ନ୍ୟୁଜ୍‌ ଆଙ୍କର ରୋହିତ ରଞ୍ଜନଙ୍କୁ ଗିରଫ କରିଛି। ରୋହିତଙ୍କୁ ଗିରଫ କରିବା ପାଇଁ ଗାଜିଆବାଦରୁ ନୋଏଡା ପର୍ଯ୍ୟନ୍ତ ହାଇ ଭୋଲଟେଜ ଡ୍ରାମା ହେବା ପରେ ଦୁଇ ରାଜ୍ୟର ପୋଲିସ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଥିଲା। ଶେଷରେ ନୋଏଡା ପୋଲିସ ରୋହିତଙ୍କୁ ଗିରଫ କରିଥିଲା। ଏହାପୂର୍ବରୁ ରୋହିତ ନିଜେ ଟୁଇଟ୍‌ କରି ଛତିଶଗଡ ପୋଲିସ ତାଙ୍କ ଘରେ ପହଞ୍ଚିବା ସମ୍ପର୍କରେ ସୂଚନା ଦେଇଥିଲେ ଏବଂ ସ୍ଥାନୀୟ ପୋଲିସକୁ ନ ଜଣାଇ ଛତିଶଗଡ ପୋଲିସ ମୋତେ ଗିରଫ କରିବା ପାଇଁ ମୋ ଘର ବାହାରେ ଠିଆ ହୋଇଛି, ଏହା ଆଇନଗତ ଠିକ ଅଟେ କି ୟୁପି ପୋଲିସ ଅଧିକାରୀଙ୍କୁ ଟ୍ୟାଗ କରି ପ୍ରଶ୍ନ ପଚାରିଥିଲେ।
ପ୍ରଥମେ ଛତିଶଗଡ ପୋଲିସ ନ୍ୟୁଜ ଆଙ୍କର ରୋହିତଙ୍କୁ ଗିରଫ କରିବା ପାଇଁ ତାଙ୍କ ଘରେ ପହଞ୍ଚିଥିଲା। ଏହା ପରେ ନୋଏଡା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଉଭୟ ରାଜ୍ୟର ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ଛତିଶଗଡ ପୋଲିସର ଗିରଫଦାରୀରୁ ରୋହିତଙ୍କୁ ରକ୍ଷା କରି ନୋଏଡା ପୋଲିସ ତାଙ୍କୁ ନିଜ ସାଙ୍ଗରେ ନେଇଯାଇଥିଲା।
ସୂଚନାଯୋଗ୍ୟ, ଜୁଲାଇ ୨ରେ ଏକ ଘରୋଇ ଚ୍ୟାନେଲରେ ପ୍ରସାରିତ ହୋଇଥିବା କାର୍ଯ୍ୟକ୍ରମରେ ଆଙ୍କର୍‌ ରୋହିତ ରଞ୍ଜନ କେରଳରେ ରାହୁଲ ଗାନ୍ଧୀଙ୍କ ଦ୍ୱାରା ଦିଆଯାଇଥିବା ବିବୃତ୍ତିକୁ ଉଦୟପୁର ଘଟଣା ସହ ଯୋଡିଥିଲେ। ପ୍ରକୃତରେ ରାହୁଲ ଗାନ୍ଧୀ ୱାୟାନାଡରେ ଥିବା ତାଙ୍କ ସଂସଦୀୟ କାର୍ଯ୍ୟାଳୟକୁ ଭଙ୍ଗାରୁଜା କରିଥିବା ଲୋକଙ୍କୁ କ୍ଷମା କରିବା କଥା କହିଥିଲେ ଏବଂ ସେମାନେ ଶିଶୁ ବୋଲି କହିଥିଲେ। କିନ୍ତୁ ଟିଭି କାର୍ଯ୍ୟକ୍ରମରେ ତାଙ୍କର ଏହି ବିବୃତ୍ତି ଉଦୟପୁରର କହ୍ନେୟାଲାଲଙ୍କ ହତ୍ୟାକାରୀଙ୍କ ସହ ଜଡିତ ଥିଲା। କଂଗ୍ରେସ ଏହାକୁ ତୀବ୍ର ବିରୋଧ କରିଥିଲା, ଯାହା ପରେ ଏହି କାର୍ଯ୍ୟକ୍ରମର ଭିଡିଓର କିଛି ଅଂଶ ଚ୍ୟାନେଲ ଦ୍ୱାରା ଟୁଇଟର୍‌ରୁ ଡିଲିଟ ହୋଇଯାଇଥିଲା। କେବଳ ଏତିକି ନୁହେଁ, ଲାଇଭ ଶୋ’ ଏବଂ ଟୁଇଟର୍‌ ସମେତ ସୋସିଆଲ ମିଡିଆ ପ୍ଲାଟଫର୍ମରେ କ୍ଷମା ପ୍ରାର୍ଥନା ମଧ୍ୟ କରାଯାଇଥିଲା। ପରଦିନ କାର୍ଯ୍ୟକ୍ରମରେ ସାମ୍ବାଦିକ ରୋହିତ ରଞ୍ଜନ ନିଜେ କ୍ଷମା ମାଗିଥିଲେ ଏବଂ ଏହି ଭୁଲକୁ ମାନବୀୟ ତ୍ରୁଟି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri