ବଡ଼ ପରଦାରୁ ଟିଭି ସିରିଏଲ୍‌…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶୋମା ଆନନ୍ଦଙ୍କୁ ମଙ୍ଗଳବାର ୬୩ ବର୍ଷ ପୂରଣ ହୋଇଛି। ୧୯୫୮ ଫେବୃୟାରୀ ୧୬ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୭୬ରେ ବାରୁଦ ଫିଲ୍ମରେ ସେ ଋଷି କପୁରଙ୍କ ସହିତ ଅଭିନୟ କରି ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଋଷିଙ୍କ ଭଳି ବଡ଼ ଷ୍ଟାରଙ୍କ ସହିତ ଫିଲ୍ମ କରି ମଧ୍ୟ ଶୋମାଙ୍କ କ୍ୟାରିଅର ଆଗକୁ ଆଗେଇ ନ ଥିଲା। ଏହାପରେ ପତିତା ଫିଲ୍ମରେ ତାଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ତେବେ ନାୟିକା ବଦଳରେ ପାର୍ଶ୍ୱ ନାୟିକା ଭାବେ ସେ ବିଭିନ୍ନ ଫିଲ୍ମରେ ଅଭିନୟ କରିଥିଲେ। ଜାଗିର, କୁଲି, ଜୈସୀ କରନି ୟୈସୀ ଭରନି, ଘର ଏକ୍‌ ମନ୍ଦିର, ହଙ୍ଗାମା, କ୍ୟା କୁଲ୍‌ ହୈ ହମ୍‌, କଲ ହୋ ନା ହୋ, ଆଦି ଫିଲ୍ମରେ ସେ ସହ ଅଭିନେତ୍ରୀ ଭାବେ ଅଭିନୟ କରିଥିଲେ। ଜୀବନରେ ଗୋଟିଏ ଭୁଲ ପାଇଁ ତାଙ୍କର ଅଭିନୟ ଜୀବନରେ ଭଟ୍ଟା ଆସିଥିଲା ବୋଲି ସେ କୁହନ୍ତି। ଶୋମା ଫିଲ୍ମ ର୍ନିମାତା ତଥା ନିର୍ଦ୍ଦେଶକ ତାରିକ ଶାହାଙ୍କୁ ବିବାହ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲେ। ଏହା ତାଙ୍କ ଜୀବନର ଗତିପଥକୁ ବଦଳାଇ ଦେଇଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ପରିବାର ସୁଖ ମିଳି ନ ଥିଲା କି ଫିଲ୍ମ ବି ମିଳି ନ ଥିଲା। ତେବେ ଅଭିନୟ କରିବା ଜିଦ ଯୋଗୁ ସେ ହାର୍‌ ମାନି ନ ଥିଲେ। ବଡ଼ ପରଦାରୁ ଦୂରେଇ ଯିବା ପରେ ଛୋଟ ପରଦାରେ ଅଭିନୟ ଆରମ୍ଭ କରିଥିଲେ। ଭାବି, ହମ୍‌ ପାଞ୍ଚ୍‌, ସରାରତ, ଗିଲ୍‌ ଗିଲ୍‌ ଗପ୍ପା, ଖେଲତି ହୈ ଜିନ୍ଦେଗି ଆଖୋଁ ମେ ଚୋଲି, ୟାରୋଁ କା ଟଶନ ଆଦି ଟିଭି ସିରିଏଲରେ ନିଖୁଣ ଅଭିନୟ ଯୋଗୁ ଶୋମା ଘରେଘରେ ପରିଚିତି ହାସଲ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?