Posted inଜାତୀୟ

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ଭାବେ ପ୍ରୋଜେକ୍ଟ କରୁଥିବା ବେଳେ, ଏହାକୁ ନେଇ କଂଗ୍ରେସ ପୂର୍ବରୁ ଚେତାବନୀ ଦେଇଥିଲା। କିନ୍ତୁ ଏହା ସତ୍ତ୍ୱେ ଟିଭିକେ ନେତାମାନେ ବିଜୟଙ୍କୁ ‘ଫ୍ୟୁଚର ପିଏମ’ ଭାବେ ଦର୍ଶାଇବା ଜାରି ରଖିଛନ୍ତି। ଏବେ ଟିଭିକେର ଆଷ୍ଟ୍ରୋଲଜର ତଥା ସେଲିବ୍ରିଟି ବିଧାୟିକା କନିମୋଝି ସନ୍ତୋଷଙ୍କ ଏକ ବୟାନ ତାମିଲନାଡୁ ରାଜନୀତିକୁ ଆହୁରି ଗରମ କରିଦେଇଛି। ବୁଧବାର କନିମୋଝି ସନ୍ତୋଷ ଦାବି କରିଛନ୍ତି ଯେ, ୨୦୨୯ର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଆମ କମାଣ୍ଡର ବିଜୟ ନିଜେ ହେବେ।
ସେ କହିଛନ୍ତି, ରାହୁଲ ଗାନ୍ଧୀ ନିଜେ ବିଜୟଙ୍କ ହାତ ଧରିବେ, ତାଙ୍କୁ ସାଙ୍ଗରେ ନେଇଯିବେ ଏବଂ ପ୍ରଧାନମନ୍ତ୍ରୀଙ୍କ ଆସନରେ ବସାଇବେ। ତାଙ୍କ ଏହି ବୟାନ ଏପରି ଏକ ସମୟରେ ଆସିଛି, ଯେତେବେଳେ ବିଜୟଙ୍କୁ ଭବିଷ୍ୟତର ପ୍ରଧାନମନ୍ତ୍ରୀ ଭାବେ ପ୍ରୋଜେକ୍ଟ କରାଯିବାକୁ ନେଇ କଂଗ୍ରେସର ୫ ଜଣ ବିଧାୟକ ସରକାରରୁ ବାହାରିଯିବା ନେଇ ଚେତାବନୀ ଦେଇଥିବା କୁହାଯାଉଛି। କଂଗ୍ରେସର ୨ ଜଣ ବିଧାୟକ ବିଜୟଙ୍କ ସରକାରରେ ମନ୍ତ୍ରୀ ଅଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri