Posted inଜାତୀୟ

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ କଂଗ୍ରେସ ମଧ୍ୟରେ ରାଜନୈତିକ ବିବାଦ ବୃଦ୍ଧି ପାଇଛି। TVK ସଭାପତି  ତଥା ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଆଗଧାଡ଼ିରେ ରଖିବାକୁ ଦଳୀୟ ନେତା ଓ ସମର୍ଥକମାନେ ଦାବି କରୁଥିବା ବେଳେ, ଏହାକୁ ନେଇ ଦେଖାଦେଇଥିବା ବିବାଦ ଉପରେ ଶୁକ୍ରବାର ଦଳର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ତାମିଲନାଡୁ ମନ୍ତ୍ରୀ କେ.ଏ. ସେଙ୍ଗୋଟ୍ଟୈୟାନ।

ମନ୍ତ୍ରୀ ସେଙ୍ଗୋଟ୍ଟୈୟାନ କହିଛନ୍ତି ଯେ ଏହି ବିଷୟରେ TVK ନେତୃତ୍ୱ “ସମ୍ପୂର୍ଣ୍ଣ ସ୍ପଷ୍ଟ”। ତାମିଲନାଡୁର ଜନସାଧାରଣ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଉପରେ ବିଶ୍ୱାସ ପ୍ରକଟ କରି ଭୋଟ ଦେଇଛନ୍ତି। ଗଠନର ମାତ୍ର ଦୁଇ ବର୍ଷ ମଧ୍ୟରେ ଏବଂ ନିର୍ବାଚନର ମାତ୍ର ଦୁଇ ମାସ ପୂର୍ବରୁ ନୂଆ ସଙ୍କେତ ଚିହ୍ନ ପାଇ ଦଳ ବିଧାନସଭା ନିର୍ବାଚନରେ ଏକ ବଡ଼ ବିଜୟ ହାସଲ କରିଛି। ମୁଖ୍ୟମନ୍ତ୍ରୀ ବିଜୟ ରାଜ୍ୟବାସୀଙ୍କ ସୁରକ୍ଷା ଏବଂ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର କାର୍ଯ୍ୟକାରୀ ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି।

କହିରଖୁଛୁ, କିଛିଦିନ ତଳେ ତୁଥୁକୁଡି ସହରରେ ବିଜୟଙ୍କୁ “ଆସନ୍ତାକାଲିର ପ୍ରଧାନମନ୍ତ୍ରୀ” ଦର୍ଶାଇ କିଛି ପୋଷ୍ଟର ଲଗାଯାଇଥିଲା, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏହାପରେ TVK ବିଧାୟିକା କନିମୋଝି ସନ୍ତୋଷ ବକ୍ତବ୍ୟ ଦେଇଥିଲେ ଯେ, “୨୦୨୯ରେ ଭାରତୀୟ ରାଜନୀତିରେ ଏକ ବଡ଼ ଓ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିବ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜେ ବିଜୟଙ୍କ ହାତ ଧରି ତାଙ୍କୁ ପ୍ରଧାନମନ୍ତ୍ରୀ ଆସନରେ ବସାଇବେ।” ଏହାସହ TVK ମନ୍ତ୍ରୀ ଆଧବ ଅର୍ଜୁନ ମଧ୍ୟ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ତାମିଲନାଡୁର ନେତାଙ୍କୁ ମିଳିବା ଉଚିତ ବୋଲି ଯୁକ୍ତି ବାଢ଼ିଥିଲେ।

TVK ନେତାଙ୍କ ଏହି ଆଭିମୁଖ୍ୟକୁ ନେଇ ଶାସକ ମେଣ୍ଟର ଭାଗିଦାରୀ ଥିବା କଂଗ୍ରେସ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। ଯଦି TVK ୨୦୨୯ ନିର୍ବାଚନରେ ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଗ୍ରହଣ ନ କରେ, ତେବେ ସରକାରରୁ କଂଗ୍ରେସ ମନ୍ତ୍ରୀମାନେ ଇସ୍ତଫା ଦେବେ ବୋଲି ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଏସ. ରାଜେଶ କୁମାର ଚେତାବନୀ ଦେଇଛନ୍ତି। ଅପରପକ୍ଷରେ, ତାମିଲନାଡୁ କଂଗ୍ରେସ ସଭାପତି ବି. ମଣିକମ ଟାଗୋର୍‌ କହିଛନ୍ତି ଯେ କିଛି TVK ନେତା ଏବେ ବି ’ଫ୍ୟାନ୍‌-କ୍ଲବ୍‌ ମାଇଣ୍ଡସେଟ୍‌’ରୁ ବାହାରି ପାରିନାହାନ୍ତି।

ଉଲ୍ଲେଖଯୋଗ୍ୟ, ତାମିଲନାଡୁର TVK ନେତୃତ୍ୱାଧୀନ ସରକାରରେ କଂଗ୍ରେସର ୫ ଜଣ ବିଧାୟକ (ଯେଉଁଥିରୁ ଦୁଇଜଣ ମନ୍ତ୍ରୀ), TVKର ୧୦୭ ଜଣ, ଆଇୟୁଏମଏଲ୍‌ର ୨ ଜଣ ଏବଂ ସିପିଆଇ/ଭିସିକିର ବିଧାୟକ ସାମିଲ ଅଛନ୍ତି। ପ୍ରଧାନମନ୍ତ୍ରୀ ପଦବୀକୁ ନେଇ ମେଣ୍ଟ ମଧ୍ୟରେ ସୃଷ୍ଟି ହୋଇଥିବା ଏହି ବାକ୍‌-ଯୁଦ୍ଧ ଏବେ ରାଜ୍ୟ ରାଜନୀତିରେ ମୁଖ୍ୟ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?