Posted inଜାତୀୟ

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ନିଜର ଆଭ୍ୟନ୍ତରୀଣ ସର୍ଭେ ଆଧାରରେ ଏକ ବଡ଼ ଦାବି କରିଛି। ଦଳର ଆକଳନ ଅନୁଯାୟୀ, ଆଗାମୀ ନିର୍ବାଚନରେ TVK ୩୦ ପ୍ରତିଶତରୁ ଅଧିକ ଭୋଟ୍ ଶେୟାର ହାସଲ କରିବ।

ଇଣ୍ଡିଆ ଟୁଡେକୁ ମିଳିଥିବା ଏହି ଆଭ୍ୟନ୍ତରୀଣ ସର୍ଭେ ରିପୋର୍ଟ ଅନୁଯାୟୀ, ୩୨.୯% ଭୋଟ୍ ସହ ପ୍ରଥମ ସ୍ଥାନରେ ରହିବା ସମ୍ଭାବନା (୧୦୪ଟି ଆସନ)। ଟିଭିକେ ୩୧.୭% ଭୋଟ୍ ସହ ଦ୍ୱିତୀୟ ସ୍ଥାନରେ ରହିବାର ଆକଳନ (୭୪ଟି ଆସନ)। AIADMK ୨୭.୩% ଭୋଟ୍ ସହ ତୃତୀୟ ସ୍ଥାନକୁ ଖସିପାରେ (୫୬ଟି ଆସନ)।

TVK ନେତା ସି.ଟି. ନିର୍ମଳ କୁମାର କହିଛନ୍ତି ଯେ, “ଆଜି ଲୋକମାନେ ଜାଣିଛନ୍ତି ଯେ TVK ସର୍ବାଧିକ ସମର୍ଥନ ପାଉଥିବା ଦଳ। ଅନେକ ସର୍ଭେ ରିପୋର୍ଟ ଦର୍ଶାଉଛି ଯେ ଆମର ଭୋଟ୍ ଶେୟାର ୩୦%ରୁ ଅଧିକ ରହିଛି। ଶାସକ DMK ୨୧% ମଧ୍ୟ ଅତିକ୍ରମ କରିପାରିବ ନାହିଁ। ଆମ ନେତା ବିଜୟଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ତାମିଲନାଡୁବାସୀ ସଂକଳ୍ପବଦ୍ଧ।”

ଏହି ସର୍ଭେ ଅନୁଯାୟୀ ଚେନ୍ନାଇ, ଚେଙ୍ଗଲପଟ୍ଟୁ, ଧର୍ମପୁରୀ, ମଦୁରାଇ, ପୁଦୁକୋଟ୍ଟାଇ, ରାଣୀପେଟ୍, ତେନକାସୀ ଏବଂ ଥୋଥୁକୁଡି ଭଳି ଜିଲ୍ଲାଗୁଡ଼ିକରେ TVK ର ସ୍ଥିତି ବେଶ୍ ମଜବୁତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?