Posted inଜାତୀୟ

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ TVK ପାର୍ଟିରେ ଯୋଗ ଦେଇଥିଲେ। ଶନିବାର ରାତିରେ ବନ୍ନନଦୁରାଇ ଅଞ୍ଚଳରେ ତାଙ୍କୁ ୬ ଜଣଙ୍କ ଏକ ଗ୍ୟାଙ୍ଗ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ପୋଲିସ ସୂଚନା ଅନୁସାରେ, କନ୍ନନ ଘରୁ ବାହାରି ରାମାସ୍ୱାମୀ ଆଭେନ୍ୟୁରେ ଥିବା ନିଜ କାର୍ଯ୍ୟାଳୟକୁ ଯାଉଥିବା ବେଳେ ଅଭିଯୁକ୍ତମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଧାରୁଆ ଅସ୍ତ୍ରରେ ତାଙ୍କୁ ଏକାଧିକ ଥର ଆକ୍ରମଣ କରାଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ କନ୍ନନଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ସେଠାରେ ଲାଗିଥିବା CCTV କ୍ୟାମେରାରେ କଏଦ ହୋଇଛି।ଘଟଣାର ସୂଚନା ପାଇ ଶାସ୍ତ୍ରୀ ନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାକୁ ନେଇ ମାମଲା ରୁଜୁ ହୋଇଥିବା ବେଳେ ହତ୍ୟାକାରୀଙ୍କୁ ଧରିବା ପାଇଁ ୫ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି। ବର୍ତ୍ତମାନ ୫ ଜଣ ସନ୍ଦିଗ୍ଧଙ୍କୁ ପୁଲିସ ପଚରାଉଚରା କରୁଛି। CCTV ଫୁଟେଜ୍ ଆଧାରରେ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜା ଚାଲିଛି।

ପୋଲିସର ସୂଚନା ଅନୁସାରେ, ମୃତକ କନ୍ନନଙ୍କର ମଧ୍ୟ ଅପରାଧିକ ପୃଷ୍ଠଭୂମି ଥିଲା। ପ୍ରାୟ ୮ ବର୍ଷ ପୂର୍ବେ ସେହି ଅଞ୍ଚଳର ଶିବା ଓ ଭେଲୁଙ୍କ ହତ୍ୟା ମାମଲାରେ କନ୍ନନଙ୍କ ନାମ ଥିଲା। ବର୍ତ୍ତମାନ ପୋଲିସ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ କରୁଛି ଏବଂ ହତ୍ୟା ପଛର ପ୍ରକୃତ କାରଣ ଓ ଅଭିଯୁକ୍ତଙ୍କ ସମ୍ପର୍କରେ ଖୋଳତାଡ଼ ଜାରି ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?