Posted inଜାତୀୟ

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ TVK ପାର୍ଟିରେ ଯୋଗ ଦେଇଥିଲେ। ଶନିବାର ରାତିରେ ବନ୍ନନଦୁରାଇ ଅଞ୍ଚଳରେ ତାଙ୍କୁ ୬ ଜଣଙ୍କ ଏକ ଗ୍ୟାଙ୍ଗ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ପୋଲିସ ସୂଚନା ଅନୁସାରେ, କନ୍ନନ ଘରୁ ବାହାରି ରାମାସ୍ୱାମୀ ଆଭେନ୍ୟୁରେ ଥିବା ନିଜ କାର୍ଯ୍ୟାଳୟକୁ ଯାଉଥିବା ବେଳେ ଅଭିଯୁକ୍ତମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଧାରୁଆ ଅସ୍ତ୍ରରେ ତାଙ୍କୁ ଏକାଧିକ ଥର ଆକ୍ରମଣ କରାଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ କନ୍ନନଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ସେଠାରେ ଲାଗିଥିବା CCTV କ୍ୟାମେରାରେ କଏଦ ହୋଇଛି।ଘଟଣାର ସୂଚନା ପାଇ ଶାସ୍ତ୍ରୀ ନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାକୁ ନେଇ ମାମଲା ରୁଜୁ ହୋଇଥିବା ବେଳେ ହତ୍ୟାକାରୀଙ୍କୁ ଧରିବା ପାଇଁ ୫ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି। ବର୍ତ୍ତମାନ ୫ ଜଣ ସନ୍ଦିଗ୍ଧଙ୍କୁ ପୁଲିସ ପଚରାଉଚରା କରୁଛି। CCTV ଫୁଟେଜ୍ ଆଧାରରେ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜା ଚାଲିଛି।

ପୋଲିସର ସୂଚନା ଅନୁସାରେ, ମୃତକ କନ୍ନନଙ୍କର ମଧ୍ୟ ଅପରାଧିକ ପୃଷ୍ଠଭୂମି ଥିଲା। ପ୍ରାୟ ୮ ବର୍ଷ ପୂର୍ବେ ସେହି ଅଞ୍ଚଳର ଶିବା ଓ ଭେଲୁଙ୍କ ହତ୍ୟା ମାମଲାରେ କନ୍ନନଙ୍କ ନାମ ଥିଲା। ବର୍ତ୍ତମାନ ପୋଲିସ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ କରୁଛି ଏବଂ ହତ୍ୟା ପଛର ପ୍ରକୃତ କାରଣ ଓ ଅଭିଯୁକ୍ତଙ୍କ ସମ୍ପର୍କରେ ଖୋଳତାଡ଼ ଜାରି ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri