ବଣ୍ଡାଘାଟିରେ ୧୨ ସଂକ୍ରମିତ

ମାଲକାନଗିରି,୧୬ା୫: ସବୁଠି ପହଞ୍ଚତ୍ୟାଉଛି କରୋନା। କେଉଁ ଅଞ୍ଚଳ ମଧ୍ୟ ଏହି ମହାମାରୀ ପାଇଁ ଆଉ ଅପହଞ୍ଚ ହୋଇ ରହିନାହିଁ। ମାଲକାନଗିରି ଜିଲାର ସୁଦୂର ବଣ୍ଡାଘାଟିରେ ମଧ୍ୟ ପହଞ୍ଚତ୍ ଆକ୍ରାନ୍ତ କରିଛି ବଣ୍ଡା ଜନଜାତିଙ୍କୁ। ଏହି ଜନଜାତିର ୧୨ ଜଣ କରୋନା ସଂକ୍ରମିତ ହୋଇଥିବା ଶନିବାର ଜଣାପଡିବା ପରେ ରବିବାର ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୁଦୁଲିପଡା ପଞ୍ଚାୟତରେ ଏକ ଡାକ୍ତରୀ ଟିମ୍‌ ପହଞ୍ଚତ୍ ନମୁନା ସଂଗ୍ରହ କରୁଛନ୍ତି। ନମୁନା ପରୀକ୍ଷାକୁ ପ୍ରଶାସନ ଅଧିକ ଗୁରୁତ୍ୱ ଦେଇ ବଣ୍ଡାଘାଟି ଅଞ୍ଚଳରେ ସଚେତନତା କାର୍ଯ୍ୟକୁ ଅଧିକ ତରାନ୍ବିତ କରିବାକୁ ନିଷ୍ପତ୍ତି ନେଇଛି। ଲୋକଙ୍କୁ କରୋନା ମହାମାରୀ ସମ୍ପର୍କରେ ସଚେତନ କରି ମାସ୍କ, ସାନିଟାଇଜର ବଣ୍ଟାଯାଇଛି। ତହସିଲଦାର ରାମଚନ୍ଦ୍ର ନାୟକ ଓ ବିଡିଓ ହୃଦାରଞ୍ଜନ ସାହୁ ବଣ୍ଡାଘାଟିର ବିଭିନ୍ନ ଗ୍ରାମକୁ ଯାଇ ପରିସ୍ଥିତିର ସମୀକ୍ଷା କରିଛନ୍ତି। ଖଇରପୁଟ ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ମୋବାଇଲ ଭ୍ୟାନ ବଣ୍ଡାଘାଟିରେ ପହଞ୍ଚତ୍ ଲୋକଙ୍କୁ ସାନିଟାଇଜର, ଗ୍ଲୋବସ୍‌, ମାସ୍କ ଆଦି ବଣ୍ଟନ କରିଛି। ଆନ୍ଧ୍ର, ତେଲଙ୍ଗାନା ଓ ମହାରାଷ୍ଟ୍ର ଅଞ୍ଚଳରୁ ଉକ୍ତ ଅଞ୍ଚଳକୁ ପ୍ରବାସୀ ଫେରିଥିଲେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା, କରୋନା ଲକ୍ଷଣ ନ ଥିଲେ ମଧ୍ୟ ୧୪ ଦିନ ଗୃହ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri