୧୨ ଦିନ ପରେ ଜଙ୍ଗଲରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ସମ୍ବଲପୁର,୩ା୩: ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଡୁମେରଚୁଆଁ ଜଙ୍ଗଲରୁ ବୁଧବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଯୁଯୁମୁରା ଥାନା ଭବାନିପାଲି ଗ୍ରାମ ମିର୍ଦ୍ଧାପଡାର ଦ୍ରୋଣ ମିର୍ଦ୍ଦା(୨୮) ବୋଲି ଜଣାପଡିଛି। ନିକଟ ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ ହାତୀ ଅକ୍ରମଣରେ ମୃତ୍ୟୁ ଘଟିଥିବା ନେଇ ବଡଭାଇ ମହେନ୍ଦ୍ର ମିର୍ଦ୍ଦା ଅଭିଯୋଗ କରିଛନ୍ତି। କିଛିମାସ ପୂର୍ବରୁ ଶିକାରୀମାନେ ବିଛାଇଥିବା ବିଦ୍ୟୁତ୍‌ ତାରରେ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଦ୍ରୋଣଙ୍କୁ ହତ୍ୟା କରାଯାଇଥିବା ମଧ୍ୟ ଆଲୋଚନା ହେଉଛି। ଅନ୍ୟପକ୍ଷେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି। ମିଳିଥିବା ସୂଚନା ଅନୁଯାୟୀ, ଦ୍ରୋଣ ଫେବୃୟାରୀ ୧୯ରୁ ନିଖୋଜ ଥିଲେ। ଜଙ୍ଗଲକୁ କାଠ ଆଣିବା ପାଇଁ ଯାଇ ସେ ଆଉ ଘରକୁ ଫେରି ନ ଥିଲେ। ବଡଭାଇ ମହେନ୍ଦ୍ରଙ୍କ ସହ ଗ୍ରାମବାସୀ ଜଙ୍ଗଲରେ ଖୋଜାଖୋଜି କରିବାରୁ ଏକ ବାଉଁଶ ଗଛ ନିକଟରେ ଦ୍ରୋଣଙ୍କ ମୃଦଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଜଙ୍ଗଲରୁ ମୃତହେଦ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସଦର ରେଞ୍ଜ ଦାୟିତ୍ୱରେ ଥିବା ଡେପୁଟି ରେଞ୍ଜର ଅକ୍ଷୟ ମହାରଣା କହିଛନ୍ତି, ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସରକାରୀ ନିୟମ ଅନୁସାରେ ପରିବାର ଲୋକଙ୍କୁ ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?