ଜନ୍ମନେଲେ ୨୮ ଘଡ଼ିଆଳ ଶାବକ

ବନ୍ତଳା,୨୩ା୫(ଡି.ଏନ.ଏ.): ସାତକୋଶିଆ ଅଭୟାରଣ୍ୟର ଅନୁଗୋଳ ଜିଲା ମହାନଦୀ ଗଣ୍ଡରେ ଶନିବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଗଣ୍ଡର ଉପରମୁଣ୍ଡ ବଳଦମରା ଠାରେ ୨୮ ଘଡ଼ିଆଳ ଶାବକ ଜନ୍ମ ନେବା ସହ ଦୀର୍ଘ ୪୦ ବର୍ଷର ଅଭିଯାନ ସଫଳ ହୋଇଛି। ଫଳରେ ସାତକୋଶିଆ ଅଭୟାରଣ୍ୟ ଆଉ ଏକ ଇତିହାସ ରଚିଛି।

ପ୍ରକାଶ ଯେ, ଘଡ଼ିଆଳ ପ୍ରଜାତିର କୁମ୍ଭୀରଙ୍କ ଆବାସସ୍ଥଳୀ ପାଇଁ ସାତକୋଶିଆ ଗଣ୍ଡ ଏକ ଉପଯୁକ୍ତ ସ୍ଥାନ। ହେଲେ ମଗର ପ୍ରଜାତିର କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ହେଉଥିବାବେଳେ ଏଠାରେ ଘଡ଼ିଆଳଙ୍କ ସଂଖ୍ୟା ହାତଗଣତିକୁ ଚାଲିଆସିଛି। ବାରମ୍ବାର ଉଦ୍ୟମ ସତ୍ତ୍ୱେ ଘଡ଼ିଆଳଙ୍କ ବଂଶ ବୃଦ୍ଧି ହୋଇପାରୁ ନାହିଁ। ତେବେ ଶନିବାର ଗଣ୍ଡର ଉପରମୁଣ୍ଡରେ ଥିବା ବଳଦମରା ଠାରେ ବନ କର୍ମଚାରୀମାନେ ସକାଳେ ପାଟ୍ରୋଲିଂ କରୁଥିବାବେଳେ ଏକ ବିରଳ ଦୃଶ୍ୟ ଦେଖିବାକୁ ପାଇଥିଲେ। ଘଡ଼ିଆଳ ଅଣ୍ଡାରୁ ଶାବକ ବାହାରି ନଦୀ କୂଳରେ ମା’ ସହ ଖେଳୁଥିବା କର୍ମଚାରୀମାନେ ଦେଖି ଟିକରପଡା ରେଞ୍ଜ ଅଧିକାରୀ ଓ ସାତକୋଶିଆ ଡିଏଫ୍‌ଓ ରବି ମିନାଙ୍କୁ ଜଣାଇଥିଲେ। ପରେ ଗଣ୍ଡକୁ ସମ୍ପୂର୍ଣ୍ଣ ସିଲ୍‌ କରାଯିବା ସହ ଶାବକ ଥିବା ସ୍ଥାନର ୨ଶହ ମିଟର ମଧ୍ୟରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମାଛଧରା ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ସାତକୋଶିଆ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପ୍ରଦୀପ ରାଜ କରାଟେ କହିଛନ୍ତି, ଦୀର୍ଘ ବର୍ଷର ଯୋଜନା ସଫଳ ହୋଇଛି। ପ୍ରାଥମିକ ତଦନ୍ତରୁ ୨୮ ଶାବକ ଜନ୍ମ ନେଇଥିବା ଜଣାପଡିଛି। ଆଗକୁ ଏହି ସଂଖ୍ୟା ବଢ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri