ଆବଶ୍ୟକତାଠାରୁ ଅଧିକ ସାର କିଣିଛନ୍ତି ୨୦ ଚାଷୀ

ଯାଜପୁର ଅଫିସ୍‌/ଯାଜପୁର ଟାଉନ୍‌ (ଡି.ଏନ୍‌.ଏ.)୨୧ା୮: ଜିଲାର କେତେକ ଚାଷୀଙ୍କୁ ଆବଶ୍ୟକତାଠାରୁ ବହୁ ଅଧିକ ୟୁରିଆ ସାର ମିଳିଛି। ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ପରେ ଏହା ସ୍ପଷ୍ଟ ହୋଇଛି। ଏହି କ୍ରମରେ ଉଭୟ ତଦନ୍ତକାରୀ ଅଧିକାରୀ ସମ୍ପୃକ୍ତ ଚାଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ କରିଛନ୍ତି। ରାସାୟନିକ ସାର ବିଶେଷ କରି ୟୁରିଆ ସାରର ସୁଷମ ବଣ୍ଟନ ଓ କଳାବଜାର ରୋକିବାକୁ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଜିଲାର ବିଭିନ୍ନ ସ୍ଥାନରେ ତନଖି ଆରମ୍ଭ ହୋଇଛି। କେତେକ ସାର ବିକ୍ରୟ କେନ୍ଦ୍ରରୁ ମାତ୍ରାଧିକ ୟୁରିଆ ସାର କ୍ରୟ କରିଥିବା ୨୦ ଜଣ ଚାଷୀଙ୍କ ଆବଶ୍ୟକତା ଓ ଏହାର ଉପଯୋଗକୁ ତନଖି କରିବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲାପାଳ ଦାସ ଯାଜପୁର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି ଓ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ରଙ୍କୁ ଯଥାକ୍ରମେ ବଡଚଣା, ରସୁଲପୁର, ଦଶରଥପୁର ଏବଂ ଯାଜପୁର ରୋଡ୍‌ର ମୋଟ ୨୦ ଜଣ ଚାଷୀଙ୍କ ତନଖି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ମହାନ୍ତି ଏକ ଟିମ୍‌ର ନେତୃତ୍ୱ ନେଇ ଛତିଆ, ବାଲିଚନ୍ଦ୍ରପୁର, ହରିପୁର, ରାମବାଗ, ଅଣ୍ଢେଇଗୋଡା ପ୍ରଭୃତି ସ୍ଥାନରୁ ଚାଷୀମାନଙ୍କ ଦ୍ୱାରା କ୍ରୟ କରାଯାଇଥିବା ୟୁରିଆ ସାରର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ସେହିପରି କଳିଙ୍ଗନଗର ଅତିରିକ୍ତ ଜିଲାପାଳ ମିଶ୍ର ଅନ୍ୟ ଏକ ଟିମ୍‌ର ନେତୃତ୍ୱ ନେଇ ଯାଜପୁର ରୋଡ ଅଞ୍ଚଳରେ ଅନୁଧ୍ୟାନ କରିଥିଲେ। ବାସ୍ତବରେ ଆବଶ୍ୟକତାଠାରୁ ସମ୍ପୃକ୍ତ ଚଷୀମାନେ ଅଧିକ ୟୁରିଆ ସାର କ୍ରୟ କରିଥିବାରୁ ଏହା ମାଧ୍ୟମରେ କଳାବଜାରର ଆଶଙ୍କା ରହିଛି। ଏହି ଚାଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଭୟ ଅତିରିକ୍ତ ଜିଲାପାଳ ସୁପାରିଶ କରିଛନ୍ତି। ଏହି ତନଖିରେ କୃଷି ଉପ ନିର୍ଦ୍ଦେଶକ ଶରତ କୁମାର ପୃଷ୍ଟି, ପ୍ଲାଣ୍ଟ ପ୍ରୋଟେକ୍ସନ ଅଫିସର ଶ୍ରୀଧର ଦାସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri