ଆବଶ୍ୟକତାଠାରୁ ଅଧିକ ସାର କିଣିଛନ୍ତି ୨୦ ଚାଷୀ

ଯାଜପୁର ଅଫିସ୍‌/ଯାଜପୁର ଟାଉନ୍‌ (ଡି.ଏନ୍‌.ଏ.)୨୧ା୮: ଜିଲାର କେତେକ ଚାଷୀଙ୍କୁ ଆବଶ୍ୟକତାଠାରୁ ବହୁ ଅଧିକ ୟୁରିଆ ସାର ମିଳିଛି। ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ପରେ ଏହା ସ୍ପଷ୍ଟ ହୋଇଛି। ଏହି କ୍ରମରେ ଉଭୟ ତଦନ୍ତକାରୀ ଅଧିକାରୀ ସମ୍ପୃକ୍ତ ଚାଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ କରିଛନ୍ତି। ରାସାୟନିକ ସାର ବିଶେଷ କରି ୟୁରିଆ ସାରର ସୁଷମ ବଣ୍ଟନ ଓ କଳାବଜାର ରୋକିବାକୁ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଜିଲାର ବିଭିନ୍ନ ସ୍ଥାନରେ ତନଖି ଆରମ୍ଭ ହୋଇଛି। କେତେକ ସାର ବିକ୍ରୟ କେନ୍ଦ୍ରରୁ ମାତ୍ରାଧିକ ୟୁରିଆ ସାର କ୍ରୟ କରିଥିବା ୨୦ ଜଣ ଚାଷୀଙ୍କ ଆବଶ୍ୟକତା ଓ ଏହାର ଉପଯୋଗକୁ ତନଖି କରିବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲାପାଳ ଦାସ ଯାଜପୁର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି ଓ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ରଙ୍କୁ ଯଥାକ୍ରମେ ବଡଚଣା, ରସୁଲପୁର, ଦଶରଥପୁର ଏବଂ ଯାଜପୁର ରୋଡ୍‌ର ମୋଟ ୨୦ ଜଣ ଚାଷୀଙ୍କ ତନଖି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ମହାନ୍ତି ଏକ ଟିମ୍‌ର ନେତୃତ୍ୱ ନେଇ ଛତିଆ, ବାଲିଚନ୍ଦ୍ରପୁର, ହରିପୁର, ରାମବାଗ, ଅଣ୍ଢେଇଗୋଡା ପ୍ରଭୃତି ସ୍ଥାନରୁ ଚାଷୀମାନଙ୍କ ଦ୍ୱାରା କ୍ରୟ କରାଯାଇଥିବା ୟୁରିଆ ସାରର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ସେହିପରି କଳିଙ୍ଗନଗର ଅତିରିକ୍ତ ଜିଲାପାଳ ମିଶ୍ର ଅନ୍ୟ ଏକ ଟିମ୍‌ର ନେତୃତ୍ୱ ନେଇ ଯାଜପୁର ରୋଡ ଅଞ୍ଚଳରେ ଅନୁଧ୍ୟାନ କରିଥିଲେ। ବାସ୍ତବରେ ଆବଶ୍ୟକତାଠାରୁ ସମ୍ପୃକ୍ତ ଚଷୀମାନେ ଅଧିକ ୟୁରିଆ ସାର କ୍ରୟ କରିଥିବାରୁ ଏହା ମାଧ୍ୟମରେ କଳାବଜାରର ଆଶଙ୍କା ରହିଛି। ଏହି ଚାଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଭୟ ଅତିରିକ୍ତ ଜିଲାପାଳ ସୁପାରିଶ କରିଛନ୍ତି। ଏହି ତନଖିରେ କୃଷି ଉପ ନିର୍ଦ୍ଦେଶକ ଶରତ କୁମାର ପୃଷ୍ଟି, ପ୍ଲାଣ୍ଟ ପ୍ରୋଟେକ୍ସନ ଅଫିସର ଶ୍ରୀଧର ଦାସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri