ଗାଁରେ ବ୍ୟାପିଗଲା ନିଆଁ, ଜଳିଗଲା ୨୦ ବଖରା

ସୋରଡ଼ା,୮ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଗବାନପୁର ପଞ୍ଚାୟତ ରୁମାପାଲି ଗ୍ରାମରେ ଶନିବାର ସକାଳେ ଅଚାନକ ନିଆଁ ଲାଗି ଗ୍ରାମର ୧୦ ପରିବାରର ୨ ବଖରା ଲେଖାଏ ୨୦ ବଖରା ପୋଡ଼ିଯାଇଛି। ଖବର ପାଇ ପୋଲିସ ଏସ୍‌ଆଇ ଆର୍ତ୍ତତ୍ରାଣ ଦାନି ଓ କର୍ମଚାରୀ ସହ ସେଠାରେ ପହଞ୍ଚି ଜନସାଧାରଣଙ୍କୁ ଆଶ୍ବସ୍ତି ପ୍ରଦାନ କରିଥିଲେ। ଗ୍ରାମର ଧୋବା ଗୌଡ଼, ତ୍ରିନାଥ ଗୌଡ଼, ରାଧା ବିଶୋୟୀ, କାନ୍ଧ ଗୌଡ଼, ଗଣ୍ଡୁ ବିଶୋୟୀ,ମିଟୁ ବିଶୋୟୀ, ବସନ୍ତ ବେହେରା, ପରି ବେହେରା, କୈଳାସ ବେହେରା, ଈଶ୍ୱର ବେହେରା,ପାଣ ବେହେରା, ଡମ୍ବୁରୁ ବେହେରାଙ୍କ ୨ ବଖରା ଲେଖାଏ ପୋଡ଼ିଯାଇଛି । ତେବେ ପୀଡ଼ିତମାନଙ୍କ ମଧ୍ୟରୁ କେତେଜଣଙ୍କୁ ପ୍ରଧାନମନ୍ତ୍ରୀ ଅବାସ ଯୋଜନାରେ ଛାତ ଘର ମିଳିଥିବା ବେଳେବେଳେ ଗୃହ ସମ୍ମୁଖରେ ୨ ବଖରା ଲେଖାଏ ଚାଳଘର ଥିଲା ସେହିପରି କେତେଜଣଙ୍କୁ ଗୃହ ମିଳି ନ ଥିବା ଜଣାପଡ଼ିଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଗ୍ରାମରେ ପହଞ୍ଚି ପୀଡ଼ିତଙ୍କୁ ଆଶ୍ୱାସନା ଦେଇଥିଲେ। ତହସିଲ ପକ୍ଷରୁ ମଧ୍ୟ ଆକଳନ ଆରମ୍ଭ ହୋଇଛି। ଧରାକୋଟରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଆସି ନିଆଁ ଲିଭାଇଥିଲା। ସମସ୍ତ ଗ୍ରାମବାସୀ ନିଆଁ ଲିଭାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri