କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଘୋଷଣା: ବର୍ଷକୁ ୨ ଥର ହେବ ବୋର୍ଡ ପରୀକ୍ଷା, ଜାଣନ୍ତୁ କେବେଠୁ ଲାଗୁ ହେବ ଏହି ନିୟମ

ନୂଆଦିଲ୍ଲୀ,୨୧।୨: ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ବର୍ତ୍ତମାନ ସିବିଏସଇ ବୋର୍ଡ, ବିହାର ବୋର୍ଡ, ଏମ୍‌ପି ବୋର୍ଡ, ଓଡ଼ିଶା ବୋର୍ଡ, ବେଙ୍ଗଲ ବୋର୍ଡ ସମେତ ଅନେକ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଚାଲିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଛନ୍ତି ଯେ, ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କରାଯିବ। ଛତିଶଗଡରେ ଏକ କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ପରବର୍ତ୍ତୀ ଏକାଡେମିକ ଅଧିବେଶନ ଯଥା ୨୦୨୫-୨୬ରୁ ଛାତ୍ରୀଛାତ୍ରମାନେ ବର୍ଷକୁ ଦୁଇଥର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ଦେବେ। ସେ ଏହା ସ୍ପଷ୍ଟ କରିଛନ୍ତି ଯେ ଚଳିତ ବର୍ଷ ଠାରୁ ବୋର୍ଡ ପରୀକ୍ଷା ପୂର୍ବ ଭଳି ହେବ, କିନ୍ତୁ ପରବର୍ତ୍ତୀ ଅଧିବେଶନରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଛାତୀଛାତ୍ର ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଦେବାର ସୁଯୋଗ ପାଇବେ। ଏହା ଛାତୀଛାତ୍ରଙ୍କ ମନରେ ବୋର୍ଡ ପରୀକ୍ଷା ଦ୍ୱାରା ସୃଷ୍ଟି ହୋଇଥିବା ଭୟ ଏବଂ ଚାପକୁ ହ୍ରାସ କରିବାରେ ସାହାଯ୍ୟ କରିବ।

ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଘୋଷଣା ହେବା ପରେ ଦ୍ୱନ୍ଦ୍ୱରେ ପଡ଼ିଥିବା ଛାତ୍ର ଓ ଅଭିଭାବକମାନଙ୍କ ପାଇଁ କେନ୍ଦ୍ର ମନ୍ତ୍ରୀଙ୍କ ଏହି ବିବୃତ୍ତି ବହୁତ ଆରାମ ଦେଇଛି । ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷାର ନିୟମ ଚଳିତ ବର୍ଷ କିମ୍ବା ଆସନ୍ତା ବର୍ଷ ଠାରୁ ଲାଗୁ ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦରେ ଥିଲେ। କିନ୍ତୁ ଧର୍ମେନ୍ଦ୍ର ପ୍ରଧାନ ଏହା ସ୍ପଷ୍ଟ କରିଛନ୍ତି, ପେରବର୍ତ୍ତୀ ଏକାଡେମିକ ଅଧିବେଶନ ଯଥା ୨୦୨୫-୨୬ରୁ ଛାତ୍ରୀଛାତ୍ରମାନେ ବର୍ଷକୁ ଦୁଇଥର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉଭୟ ବୋର୍ଡରେ ଶ୍ରେଷ୍ଠ ସ୍କୋର ଥିବା ଛାତ୍ରୀଛାତ୍ରୀ ପ୍ରଥମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri