କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଘୋଷଣା: ବର୍ଷକୁ ୨ ଥର ହେବ ବୋର୍ଡ ପରୀକ୍ଷା, ଜାଣନ୍ତୁ କେବେଠୁ ଲାଗୁ ହେବ ଏହି ନିୟମ

ନୂଆଦିଲ୍ଲୀ,୨୧।୨: ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ବର୍ତ୍ତମାନ ସିବିଏସଇ ବୋର୍ଡ, ବିହାର ବୋର୍ଡ, ଏମ୍‌ପି ବୋର୍ଡ, ଓଡ଼ିଶା ବୋର୍ଡ, ବେଙ୍ଗଲ ବୋର୍ଡ ସମେତ ଅନେକ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଚାଲିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଛନ୍ତି ଯେ, ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କରାଯିବ। ଛତିଶଗଡରେ ଏକ କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ପରବର୍ତ୍ତୀ ଏକାଡେମିକ ଅଧିବେଶନ ଯଥା ୨୦୨୫-୨୬ରୁ ଛାତ୍ରୀଛାତ୍ରମାନେ ବର୍ଷକୁ ଦୁଇଥର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ଦେବେ। ସେ ଏହା ସ୍ପଷ୍ଟ କରିଛନ୍ତି ଯେ ଚଳିତ ବର୍ଷ ଠାରୁ ବୋର୍ଡ ପରୀକ୍ଷା ପୂର୍ବ ଭଳି ହେବ, କିନ୍ତୁ ପରବର୍ତ୍ତୀ ଅଧିବେଶନରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଛାତୀଛାତ୍ର ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଦେବାର ସୁଯୋଗ ପାଇବେ। ଏହା ଛାତୀଛାତ୍ରଙ୍କ ମନରେ ବୋର୍ଡ ପରୀକ୍ଷା ଦ୍ୱାରା ସୃଷ୍ଟି ହୋଇଥିବା ଭୟ ଏବଂ ଚାପକୁ ହ୍ରାସ କରିବାରେ ସାହାଯ୍ୟ କରିବ।

ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଘୋଷଣା ହେବା ପରେ ଦ୍ୱନ୍ଦ୍ୱରେ ପଡ଼ିଥିବା ଛାତ୍ର ଓ ଅଭିଭାବକମାନଙ୍କ ପାଇଁ କେନ୍ଦ୍ର ମନ୍ତ୍ରୀଙ୍କ ଏହି ବିବୃତ୍ତି ବହୁତ ଆରାମ ଦେଇଛି । ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷାର ନିୟମ ଚଳିତ ବର୍ଷ କିମ୍ବା ଆସନ୍ତା ବର୍ଷ ଠାରୁ ଲାଗୁ ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦରେ ଥିଲେ। କିନ୍ତୁ ଧର୍ମେନ୍ଦ୍ର ପ୍ରଧାନ ଏହା ସ୍ପଷ୍ଟ କରିଛନ୍ତି, ପେରବର୍ତ୍ତୀ ଏକାଡେମିକ ଅଧିବେଶନ ଯଥା ୨୦୨୫-୨୬ରୁ ଛାତ୍ରୀଛାତ୍ରମାନେ ବର୍ଷକୁ ଦୁଇଥର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ଦେବାର ସୁଯୋଗ ପାଇବେ। ଉଭୟ ବୋର୍ଡରେ ଶ୍ରେଷ୍ଠ ସ୍କୋର ଥିବା ଛାତ୍ରୀଛାତ୍ରୀ ପ୍ରଥମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri