Posted inଫୁରସତ

ଦୁଇଥର ହୋଇଛି ମରଣ

ମେକ୍ସିକୋ ସିଟି: ଆମେରିକାର ମେକ୍ସିକୋରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ୩ ବର୍ଷୀୟା କୁନି ଝିଅଙ୍କର ଦୁଇଥର ମୃତ୍ୟୁ ହୋଇଛି। ପାକସ୍ଥଳୀ ସଂକ୍ରମଣ କାରଣରୁ କାମିଲାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିଛିଦିନର ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ତାଙ୍କ ଅନ୍ତିମ ସଂସ୍କାର କାମ କରିବା ସମୟରେ କାମିଲା ଜିଇ ଉଠିଥିଲେ। କୁନି ଝିଅର ଚେତା ଫେରିବା ଜାଣି ଘରଲୋକେ ତାଙ୍କୁ ଡାକ୍ତରଖାନା ନେଇଯାଇଥିଲେ। କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ପୁଣି ମୃତ ଘୋଷଣା କରିଥିଲେ। କାମିଲାଙ୍କୁ କଫିନ୍‌ରେ ଭର୍ତ୍ତି କରିବାର କିଛି ସମୟ ପରେ ସେ କଡ଼ ଲେଉଟାଉଥିବାର ତାଙ୍କ ମା’ ଦେଖିବାକୁ ପାଇଥିଲେ। ସେ ଏକଥାକୁ ଅନ୍ୟମାନଙ୍କୁ କହିବାରୁ କେହି ବିଶ୍ୱାସ କଲେ ନାହିଁ। କିନ୍ତୁ ଯେତେବେଳେ କାମିଲାଙ୍କ ଜେଜେମା’ ଦେଖିଲେ ଯେ, ସେ ଆଖି ଖୋଲିଛନ୍ତି ତା’ ପରେ ସେମାନେ କାମିଲାଙ୍କୁ ଆଉଥରେ ଡାକ୍ତରଖାନା ନେଇଥିଲେ। ପାକସ୍ଥଳୀ ସଂକ୍ରମଣ କାରଣରୁ କାମିଲାଙ୍କ ପେଟରେ ପିଡ଼ା, ଥଣ୍ଡା ଓ ବାନ୍ତି ହେଉଥିଲା। ଯନ୍ତ୍ରଣା ସାମାନ୍ୟ କହି ଡାକ୍ତର କୁନି ଝିଅଙ୍କୁ ପାରାସିଟାମଲ ଖାଇବାକୁ ଦେଇଥିଲେ। କିନ୍ତୁ ଦିନ ବିତିବା ସହ କାମିଲାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ଆରମ୍ଭ କରିଥିବା ତାଙ୍କ ମା’ କହିଛନ୍ତି। ଦ୍ୱିତୀୟ ଥର ପାଇଁ ଡାକ୍ତରଖାନା ନେବା ପରେ ସେଠାରେ ତାଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri