ଟ୍ୱିନ୍ ସିଟି ମୁହାଁ କାଳବୈଶାଖୀ: ପ୍ରବଳ ବର୍ଷା, ପବନ ସହିତ ବିଜୁଳି ଘଡଘଡି ସମ୍ଭାବନା

ଭୁବନେଶ୍ୱର,୨୦।୪: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି। ରବିବାର ଅପରାହ୍ଣରେ ରାଜଧାନୀ ଭୁବନେଶ୍ୱର ସମେତ କଟକରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ ଭୁବନେଶ୍ୱରରେ ଶନିବାର ତୁଳନାରେ ତାପମାତ୍ରା ବୃଦ୍ଧି ଘଟିଥିବାବେଳେ ଦିନ ତମାମ ଆଦ୍ରତା ୬୦% ରୁ ଅଧିକ ରହିଥିବା ହେତୁ ଗରମ ଏବଂ ଅତ୍ୟଧିକ ଗୁଳୁଗୁଳି ଅନୁଭୂତ ହେଇଥିଲା।

ସେହିଭଳି ଅପରାହ୍ନରେ ନୟାଗଡ, ବୌଦ୍ଧ, ଗଞ୍ଜାମ, ରାୟଗଡା, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାର କିଛି ଅଞ୍ଚଳରେ ରେ କଳାବୈଶାଖୀ ଝଟକା ପବନ ୪୦ ରୁ ୫୦ କିମି, କୁଆପଥର ବର୍ଷା ସମ୍ଭାବନା ରହିଛି।

ସେହିଭଳି ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡା, ବରଗଡ, ଏବଂ ନବରଙ୍ଗପୁର ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା | ପ୍ରଭାବରେ ବିଜୁଳି, ଘଡ଼ଘଡ଼ି, ପବନ ୪୦ ରୁ ୫୦ ତଥା କୁଆପଥର ବର୍ଷା ସମ୍ଭାବନା ଅଛି।

ତେବେ ଆସନ୍ତାକାଲି ଠାରୁ ଦେଶର ପୂର୍ବଭାଗରେ କାଳବୈଶାଖୀ ପ୍ରଭାବ କମିବା ସହ ଆଗାମୀ ୪ ଦିନ ମଧ୍ୟରେ ତାପମାତ୍ରା ୪ ରୁ ୬ ଡ଼ିଗ୍ରୀ ଯାଏଁ ତାପମାତ୍ରାରେ ବୃଦ୍ଧି ହେବା ସମ୍ଭାବନା ରହିଛି l

ଚଳିତ ବର୍ଷ ପ୍ରାକ ମୌସୁମୀ ଋତୁରେ ୧ ମାର୍ଚ୍ଚ ରୁ ୧୯ ଅପ୍ରେଲ ୨୦୨୫ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ସ୍ୱାଭାବିକ ବର୍ଷା ୩୮.୯ ମିମି ତୁଳନାରେ ୬୦.୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ସ୍ୱାଭାବିକ ଠାରୁ ୫୫% ଅଧିକ ବର୍ଷା ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri