ସରକାରୀ ସ୍କୁଲରେ ପାଠ ପଢ଼ି ଯାଆଁଳା ଭଉଣୀଭାଇ କଲେ କମାଲ୍‌

ବଲାଙ୍ଗୀର,୩ା୫(ବୀରେନ୍ଦ୍ର କୁମାର ଝାଙ୍କର):ଚଳିତ ମାଟ୍ରିକ୍‌ ପରୀକ୍ଷାରେ ବଲାଙ୍ଗୀର ସହରର ଦୁଇ ଯାଅଁାଳା ଭଉଣୀ-ଭାଇ କମାଲ କରିଛନ୍ତି। ସରକାରୀ ସ୍କୁଲରେ ପାଠ ପଢ଼ୁଥିବା ଦୁଇ ଭଉଣୀ ଭାଇ ଜ୍ୟୋତିର୍ମୟୀ ପଣ୍ଡା ଓ ବିନାୟକ ପଣ୍ଡା ମାଟ୍ରିକ୍‌ ପରୀକ୍ଷାରେ ଏ-ୱାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଲାଙ୍ଗୀର ସହର ତେଲିଗୋଠପଡା ନିବାସୀ ବ୍ରହ୍ମାନନ୍ଦ ପଣ୍ଡା ଓ ମାଧବୀ ପଣ୍ଡାଙ୍କ ଦୁଇ ଯାଆଁଳା ଝିଅପୁଅ ଜ୍ୟୋର୍ତିମୟୀ ୫୪୮ ମାର୍କ ଓ ବିନାୟକ ୫୪୬ ମାର୍କ ରଖି ମାଟ୍ରିକ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜ୍ୟୋତିିର୍ମୟୀ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ପାଠ ପଢ଼ୁଥିବା ବେଳେ ବିନାୟକ ପୃଥ୍ବୀରାଜ ହାଇସ୍କୁଲରେ ପାଠ ପଢ଼ୁଥିଲେ। ଉଭୟେ କଠିନ ପରିଶ୍ରମ କରି ଏହି ସଫଳତା ଲାଭ କରିଛନ୍ତି। ଉଭୟ ଦୈନିକ ପ୍ରାୟ ୧୧ ଘଣ୍ଟା ପରିଶ୍ରମ କରୁଥିବା କହିଛନ୍ତି। ସରକାରୀ ସ୍କୁଲରେ ପାଠ ପଢ଼ି ସଫଳତା ଲାଭ କରିହୁଏ ଏହାକୁ ଗୁରୁମନ୍ତ୍ର କରି ସେମାନେ ପାଠ ପଢ଼ୁଥିଲେ ବୋଲି କହିଛନ୍ତି। ପିତାମାତା, ଶିକ୍ଷୟିତ୍ରୀ ଶିକ୍ଷକ ଓ ବଡ ଭଉଣୀ ଚିନ୍ମୟୀଙ୍କୁ ସଫଳତାର ଶ୍ରେୟ ଦେଇଛନ୍ତି। ଦୁଇ କୃତୀ ଛାତ୍ରୀଛାତ୍ରଙ୍କ ପିତା ବ୍ରହ୍ମାନନ୍ଦ ମାଲଗୋଦାମପଡା ୟୁପି ସ୍କୁଲରେ ଶିକ୍ଷକତା କରୁଛନ୍ତି। ଦୁଇ ଭଉଣୀ-ଭାଇଙ୍କ ସଫଳତାରେ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri