ଖଣ୍ଡେ ଶାଢ଼ି, ହଜାରେ ଟଙ୍କା ବଦଳରେ ଯାଆଁଳା ଶିଶୁ ଶିଶୁ ବିକ୍ରି

ମୋରଡ଼ା,୨୩ା୧୨ (ଡି.ଏନ୍‌.ଏ.): ଦାରିଦ୍ର୍ୟର ତାଡ଼ନାରେ ଜଣେ ଆଦିବାସୀ ମହିଳା ହଜାରେ ଟଙ୍କା ଆଉ ଖଣ୍ଡେ ଶାଢ଼ି ବଦଳରେ ନବଜାତ ଯାଆଁଳା ଶିଶୁଙ୍କୁ ଦୁଇ ବ୍ୟକ୍ତିଙ୍କୁ ବିକିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତର ଡାକୋଇ ଅମଣନାମା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମହିଳା ଜଣକ ଗତ ୮ ତାରିଖରେ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଯାଆଁଳା ସନ୍ତାନ (ଗୋଟିଏ ଝିଅ ଏବଂ ଗୋଟିଏ ପୁଅ ) ଜନ୍ମ ଦେଇଥିଲେ। ୯ ତାରିଖରେ ଡାକ୍ତରଖାନାରୁ ଡିସଚାର୍ଜ ହୋଇଥିଲେ। କିନ୍ତୁ ଘରକୁ ଫେରିବା ବେଳକୁ ତାଙ୍କ କୋଳରେ ପିଲା ନ ଥିଲେ। ଅସ୍ତିଆ ଏବଂ କାଠପାଳ ଅଞ୍ଚଳର ଦୁଇ ବ୍ୟକ୍ତିଙ୍କୁ ସେ ତାଙ୍କ ପିଲାଙ୍କୁ ବିକ୍ରି କରି ଦେଇଥିବା ଉକ୍ତ ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ଲକ୍ଷ୍ମୀ ମୁର୍ମୁ କହିଛନ୍ତି। ପିଲା ବିକ୍ରି ବାବଦରେ ସେ ହଜାରେ ଟଙ୍କା ଏବଂ ଖଣ୍ଡେ ଶାଢ଼ି ଆଣିଥିବା କଥା ଅଙ୍ଗନଓ୍ବାଡି କର୍ମୀଙ୍କୁ ଜଣାଇଥିବା ସୂଚନା ମିଳିଛି। ତେବେ ବୁଧବାର ରାତିରେ ଏନେଇ ଗଁାରେ ଏକ ବୈଠକ ବସି ଦୁଇ ପିଲାଙ୍କୁ ଫେରାଇ ଆଣିବାକୁ ସମ୍ପୃକ୍ତ ମହିଳାଙ୍କୁ କୁହାଯାଇଥିଲା। ତେବେ ଦାରିଦ୍ର୍ୟ ଯୋଗୁ ଦୁଇ ପିଲାଙ୍କୁ ପାଳିବା ତାଙ୍କ ପକ୍ଷେ ସମ୍ଭବ ନୁହେଁ ବୋଲି ମହିଳା ଜଣକ କହିଛନ୍ତି। ଉଲ୍ଲେଖଯୋଗ୍ୟ, ମାନସିକ ବିକୃତି ଯୋଗୁ ମହିଳାଙ୍କ ସ୍ବାମୀ କିଛି ଦିନ ହେବ ଘରୁ କେଉଁଆଡ଼େ ପଳାଇ ଯାଇଛନ୍ତି। ତାଙ୍କ ନିଖୋଜ ସମ୍ପର୍କରେ ପରିବାର ଲୋକେ ବାରିପଦା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri