Posted inଜାତୀୟ

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଏବଂ ବିପୁଲ ଏମ୍‌. ପାଞ୍ଚୋଲିଙ୍କୁ ନେଇ ଗଠିତ ଖଣ୍ଡପୀଠରେ ସୋମବାର ଉକ୍ତ ମାମଲାର ଶୁଣାଣି ହେବ। ନଏଡ଼ାର ଟ୍ବିଶା ଗତବର୍ଷ ଡିସେମ୍ବରରେ ବିବାହ କରିଥିବାବେଳେ ଗତ ୧୨ ତାରିଖରେ ତାଙ୍କର ଶାଶୁଘରେ ମୃତ୍ୟୁ ଘଟିଥିଲା। ଯୌତୁକ ନିର୍ଯାତନା ଦିଆଯିବା ସହ ତାଙ୍କୁ ଆତ୍ମହତ୍ୟା ପାଇଁ ବାଧ୍ୟ କରାଯାଇଥିବା ବାପଘର ଲୋକେ ଅଭିଯୋଗ ଆଣିଥିଲେ। ଶାଶୁଘର ଲୋକେ ତଦନ୍ତକୁ ବିଭ୍ରାନ୍ତ କରିବା ସହ ମାମଲାରେ ପ୍ରଭାବ ପକାଉଥିବା ଅଭିଯୋଗ ହୋଇଥିଲା। ସ୍ବାମୀ ସମର୍ଥ ସିଂ ଜଣେ ଆଇନଜୀବୀ ହୋଇଥିବାବେଳେ ତାଙ୍କ ମା’ ଗିରିବାଳା ସିଂ ଜଣେ ଅବସରପ୍ରାପ୍ତ ବିଚାରପତି। ଶାଶୁଘରେ ବୋହୂଙ୍କ ଅସ୍ବାଭାବିକ ମୃତ୍ୟୁ ଘଟଣାରେ ଆନୁଷ୍ଠାନିକ ପକ୍ଷପାତିତା ଏବଂ ପଦ୍ଧତିଗତ ତ୍ରୁଟି ଅଭିଯୋଗ ଆଧାରରେ ସର୍ବୋଚ୍ଚ ଅଦାଲତ ମାମଲାକୁ ଶୁଣାଣି ପାଇଁ ତାଲିକାଭୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri