Posted inଜାତୀୟ

ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ପରିବାରକୁ ବଡ଼ ଝଟ୍‌କା: କୋର୍ଟଙ୍କ ନିର୍ଦ୍ଦେଶ ଯୋଗୁ ହେବ ନାହିଁ…

ଭୋପାଳ,୨୦।୫: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ମଡେଲ୍‌ ତଥା ଅଭିନେତ୍ରୀ ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ପୀଡ଼ିତ ପରିବାରକୁ ଏକ ବଡ଼ ଝଟ୍‌କା ଲାଗିଛି। ମୃତଦେହର ଦ୍ୱିତୀୟ ଥର ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରାଯିବା ପାଇଁ ପରିବାର ପକ୍ଷରୁ କରାଯାଇଥିବା ଆବେଦନକୁ ଜିଲା ଅଦାଲତ ଖାରଜ କରିଦେଇଛନ୍ତି। ତେବେ କୋର୍ଟ ପୋଲିସକୁ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ମଧ୍ୟପ୍ରଦେଶରେ ଯେଉଁ ସ୍ଥାନରେ ମାଇନସ ୮୦ ଡିଗ୍ରୀ (-୮୦ଂC) ତାପମାତ୍ରାରେ ତ୍ୱିଶାଙ୍କ ପାର୍ଥିବ ଶରୀରକୁ ସୁରକ୍ଷିତ ରଖାଯାଇପାରିବ, ସେହିଭଳି ସୁବିଧା ଥିବା ସ୍ଥାନ ବିଷୟରେ ତୁରନ୍ତ ସୂଚନା ପ୍ରଦାନ କରିବାକୁ କୋର୍ଟ କହିଛନ୍ତି।
ପରିବାର ପକ୍ଷରୁ ମାମଲା ଲଢୁଥିବା ଆଇନଜୀବୀ ଅଙ୍କୁର ପାଣ୍ଡେ ଗଣମାଧ୍ୟମକୁ ଜଣାଇଛନ୍ତି ଯେ, ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (AIIMS)ରେ ମୃତଦେହ ବ୍ୟବଚ୍ଛେଦ କରିବା ପାଇଁ ପରିବାର ପକ୍ଷରୁ ଦାବି କରାଯାଇଥିଲା। କିନ୍ତୁ ଏହା କୋର୍ଟଙ୍କ ସେକ୍ଟ୍ରାଧିକାର (Jurisdiction) ବାହାରେ ବୋଲି ଦର୍ଶାଇ ଅଦାଲତ ଏହି ଆବେଦନକୁ ମଧ୍ୟ ଖାରଜ କରିଛନ୍ତି। ପରିବାର ଲୋକେ ଆଶା ରଖିଥିଲେ ଯେ କୌଣସି ଏକ ସ୍ବତନ୍ତ୍ର ଏବଂ ବିଶେଷଜ୍ଞ ସଂସ୍ଥା ଦ୍ୱାରା ଦ୍ୱିତୀୟ ଥର ପୋଷ୍ଟମର୍ଟମ କରାଗଲେ ମୃତ୍ୟୁର ପ୍ରକୃତ କାରଣ ସାମ୍ନାକୁ ଆସିପାରିବ।
ପୁନର୍ବାର ପୋଷ୍ଟମର୍ଟମ ଆବେଦନକୁ ଖାରଜ କରିଥିଲେ ହେଁ, ଅଦାଲତ ମୃତଦେହକୁ ସୁରକ୍ଷିତ ରଖିବା ପାଇଁ ପୋଲିସକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଆଗାମୀ ଦିନରେ ଯଦି କୌଣସି ବୈଜ୍ଞାନିକ ପରୀକ୍ଷଣର ଆବଶ୍ୟକତା ପଡ଼େ, ତେବେ ତଦନ୍ତ ପ୍ରକ୍ରିୟା ବାଧାପ୍ରାପ୍ତ ହେବନାହିଁ।
କହିରଖୁଛୁ, ଭୋପାଳସ୍ଥିତ ଏକ୍ସରେ ହୋଇଥିବା ପ୍ରଥମ ପୋଷ୍ଟମର୍ଟମ ରିପୋର୍ଟକୁ ନେଇ ଟ୍ବିଶାଙ୍କ ପରିବାର ପ୍ରଥମ ଦିନରୁ ହିଁ ପ୍ରଶ୍ନ ଉଠାଇ ଆସୁଛନ୍ତି। କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ପରିବାର ଲୋକେ ନିରାଶ ହୋଇଥିଲେ ମଧ୍ୟ, ମୃତଦେହକୁ ସଂରକ୍ଷିତ ରଖିବା ନିର୍ଦ୍ଦେଶ ଯୋଗୁ ଭବିଷ୍ୟତରେ ନ୍ୟାୟ ପାଇଁ ଅନ୍ୟ ବିକଳ୍ପ ଖୋଲା ରହିଛି। ବର୍ତ୍ତମାନ ଏହି ସନ୍ଦେହଜନକ ମୃତ୍ୟୁ ମାମଲା ଉପରେ ସମଗ୍ର ମଧ୍ୟପ୍ରଦେଶର ନଜର ରହିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?