Posted inଜାତୀୟ

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩ ଦିନ ପରେ ଆଜି ଅର୍ଥାତ ରବିବାର ଭୋପାଳର ଭଦଭଦା ବିଶ୍ରାମ ଘାଟରେ ସା ପ୍ରାୟ ୫ଟା ସମୟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ।

ଦିଲ୍ଲୀ ଏମ୍ସ (AIIMS)ର ଚାରି ଜଣିଆ ବରିଷ୍ଠ ଡାକ୍ତରୀ ଦଳଙ୍କ ଦ୍ୱାରା ଭୋପାଳରେ ତ୍ୱିଶାଙ୍କର ଦ୍ୱିତୀୟ ପୋଷ୍ଟମର୍ଟମ (ମୃତଦେହ ବ୍ୟବଚ୍ଛେଦ) କରାଯାଉଛି। ପରିବାର ଲୋକଙ୍କ କହିବା ଅନୁସାରେ, ସମସ୍ତ ମେଡିକାଲ ପ୍ରକ୍ରିୟା ଶେଷ ହେବା ପରେ ହିଁ ଅନ୍ତିମ ସଂସ୍କାର କରାଯିବ।

ଗତ ମେ ୧୨ ତାରିଖରେ ଶ୍ୱଶୁର ଘରେ ଟ୍ବିଶାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ମୃତ୍ୟୁର ଏତେ ଦିନ ବିତିଯାଇଥିଲେ ମଧ୍ୟ ସଠିକ ଯାଞ୍ଚ ପାଇଁ ଏପର୍ଯ୍ୟନ୍ତ ତାଙ୍କର ସଂସ୍କାର ହୋଇପାରି ନ ଥିଲା। ଟ୍ବିଶାଙ୍କ ପରିବାର ଲୋକଙ୍କ ଆରୋପ ଅନୁସାରେ, ଶ୍ୱଶୁର ଘରଲୋକେ ପ୍ରଭାବଶାଳୀ ହୋଇଥିବାରୁ ପ୍ରକୃତ ସତ୍ୟକୁ ଲୁଚାଇବାକୁ ଚେଷ୍ଟା କରାଯାଉଥିଲା। ଏହି କାରଣରୁ ସେମାନେ ଦ୍ୱିତୀୟ ପୋଷ୍ଟମର୍ଟମ ପାଇଁ ଦାବି କରିଥିଲେ। ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଦିଲ୍ଲୀ ଏମ୍ସର ଏକ ସ୍ବତନ୍ତ୍ର ଟିମ୍‌ ରବିବାର ସକାଳେ ଭୋପାଳରେ ପହଞ୍ଚିଛନ୍ତି। ଟ୍ବିଶାଙ୍କ ଭାଇ ଆଶିଷ ଶର୍ମା କହିଛନ୍ତି ଯେ ସମସ୍ତ ଆଇନଗତ ପ୍ରକ୍ରିୟା ପରେ ନିର୍ଦ୍ଧାରିତ ସମୟରେ ଅନ୍ତିମ ସଂସ୍କାର କରାଯିବ।
ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟ୍ବିଶାଙ୍କ ସ୍ବାମୀ ସମର୍ଥ ସିଂହଙ୍କୁ ପୋଲିସ ଗିରଫ କରିଛି। ପ୍ରାୟ ୧୦ ଦିନ ଧରି ଫେରାର ରହିବା ପରେ ପୋଲିସ ତାଙ୍କୁ ଧରିବାରେ ସଫଳ ହୋଇଥିଲା। ଏହାପରେ ଭୋପାଳ କୋର୍ଟ ସମର୍ଥଙ୍କୁ ୭ ଦିନିଆ ପୋଲିସ ରିମାଣ୍ଡରେ ପଠାଇଛନ୍ତି।
ପୋଲିସ ଜେରା ସମୟରେ ସମର୍ଥ ଦାବି କରିଛନ୍ତି ଯେ, ଗର୍ଭବତୀ ହେବା ପରେ ଟ୍ବିଶାଙ୍କ ବ୍ୟବହାରରେ ପରିବର୍ତ୍ତନ ଆସିଥିଲା। ସେ ବେଙ୍ଗାଲୁରୁ ଯିବାକୁ ମନା କରି ଅଜମେରରେ ରହିବାକୁ ଚାହୁଁଥିଲେ।

ବର୍ତ୍ତମାନ ପୋଲିସ ଏବଂ ତଦନ୍ତକାରୀ ସଂସ୍ଥା ଏହି ମାମଲାର ସବୁ ଦିଗକୁ ଗମ୍ଭୀରତାର ସହ ଯାଞ୍ଚ କରୁଛନ୍ତି। ଦ୍ୱିତୀୟ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ଆଗାମୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅପରପକ୍ଷେ ଝିଅକୁ ନ୍ୟାୟ ପ୍ରଦାନ କରିବା ପାଇଁ ଟ୍ବିଶାଙ୍କ ପରିବାର ଲୋକେ ଅଡ଼ି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri