ଭାରତରେ ଆରମ୍ଭ ହେଲା ଟୁଇଟର ବ୍ଲୁ. ମାସକୁ ଦେବାକୁ ପଡ଼ିବ ୯୦୦ ଟଙ୍କା…

ନୂଆଦିଲ୍ଲୀ,୯।୨ : ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଟୁଇଟର ଶେଷରେ ଭାରତରେ ଏହାର ପ୍ରିମିୟମ ସବସ୍କ୍ରିପଶନ ସେବା ଟୁଇଟର ବ୍ଲୁ ଲଞ୍ଚ କରିଛି। ବ୍ଲୁ ଟିକ ପାଇବାକୁ ଏବଂ ପ୍ରିମିୟମ ସବସ୍କ୍ରିପଶନ ସେବାର ବୈଶିଷ୍ଟ୍ୟ ବ୍ୟବହାର କରିବାକୁ ଭାରତରେ ମୋବାଇଲ ବ୍ୟବହାରକାରୀଙ୍କୁ ମାସକୁ ୯୦୦ ଟଙ୍କା ଦେବାକୁ ପଡିବ।

ଏଥି ସହିତ କମ୍ପାନୀ ସର୍ବନିମ୍ନ ମୂଲ୍ୟର ପ୍ରିମିୟମ ସବସ୍କ୍ରିପଶନ ଯୋଜନା ୬୫୦ ଟଙ୍କା ଘୋଷଣା କରିଛି। ଏହି ଯୋଜନା ୱେବ ବ୍ୟବହାରକାରୀଙ୍କ ପାଇଁ ଘୋଷଣା କରାଯାଇଛି। କମ୍ପାନୀ ଗତ ବର୍ଷ ଟୁଇଟର ବ୍ଲୁକୁ ଏକ ନୂଆ ଫର୍ମରେ ପ୍ରକାଶ କରିଥିଲା। ଏହା ପୂର୍ବରୁ ଆମେରିକା, ବ୍ରିଟେନ, କାନାଡା, ଅଷ୍ଟ୍ରେଲିଆ, ନ୍ୟୁଜିଲ୍ୟାଣ୍ଡ ଏବଂ ଜାପାନ ସମେତ କେତେକ ଦେଶରେ ଏହା ଲଞ୍ଚ କରାଯାଇଥିଲା।

ସୂଚନାଯୋଗ୍ୟ. କମ୍ପାନୀ ମାଲିକ ଏଲନ ମସ୍କ କମ୍ପାନୀ କିଣିବାର କିଛି ଦିନ ପରେ ପେଡ ସବସ୍କ୍ରିପଶନ ସେବା ଆଣିବାକୁ ଘୋଷଣା କରିଥିଲେ। ପ୍ରବଳ ସମାଲୋଚନା ପରେ ମଧ୍ୟ ଏହି ସେବା ଆରମ୍ଭ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri