ଆମେରିକା ହିଂସା: ଟୁଇଟର, ଫେସବୁକ, ଇନଷ୍ଟାଗ୍ରାମ ବନ୍ଦ କଲେ ଟ୍ରମ୍ପଙ୍କ ଆକାଉଣ୍ଟ

ୱାଶିଂଟନ,୭ ।୧: ଗତ ନଭେମ୍ବରରେ ଆମେରିକାରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କୁ ହରାଇଛନ୍ତି ଜୋ ବାଇଡେନ୍ । ହେଲେ ନିଜର ପରାଜୟକୁ ଏପର୍ଯ୍ୟନ୍ତ ସ୍ୱୀକାର କରିବାକୁ ପ୍ରସ୍ତୁତ ନୁହେଁ ଟ୍ରମ୍ପ । ଜୋ ବାଇଡେନଙ୍କ ବିଜୟକୁ ଅଫସିୟାଲି ଘୋଷଣା କରାଯିବା ପରେ ଟ୍ରମ୍ପଙ୍କ ପ୍ରଶଂସକ ହିଂସା ପରିସ୍ଥିତି ସୃଷ୍ଟି କରିଛନ୍ତି । ଏହାକୁ କାବୁ କରିବାକୁ ନ୍ୟାଶନାଲ ଗାଇଡ୍ସକୁ ମୁତୟନ କରିବାକୁ ପଡିଲା । ଏହାକୁ ଦେଖି ସୋସିଆଲ ମିଡିଆର ବଡ ବଡ କମ୍ପାନୀ ଟୁଇଟର, ଫେସବୁକ ଓ ଇନଷ୍ଟ୍ରଗ୍ରାମ ଟ୍ରମ୍ପଙ୍କ ଆକାଉଣ୍ଟକୁ ବନ୍ଦ କରି ଦେଇଛନ୍ତି । ଟୁଇଟର ଟ୍ରମ୍ପଙ୍କ ଆକାଉଣ୍ଟକୁ ୧୨ ଘଣ୍ଟା ପାଇଁ ବନ୍ଦ କରିଦେଇଛି । ଏହାସହ ଟ୍ରମ୍ପଙ୍କୁ ଚେତାବନୀ ଦିଆଯାଇଛି କି ଏହାପରେ ଯଦି ସେ ନିୟମର ଉଲ୍ଲଂଘନ କରନ୍ତି ତେବେ ସ୍ଥାୟୀ ଭାବେ ତାଙ୍କ ଆକାଉଣ୍ଟକୁ ବନ୍ଦ କରି ଦିଆଯିବ । ଟୁଇଟର ଟ୍ରମ୍ପକୁ ୩ଟି ଟୁଇଟ୍ ଡିଲିଟ୍ କରିବାକୁ କହିଛି ଯେଉଁ ୩ଟି ଟୁଇଟ୍ ଫଳରେ ହିଂସା ଉପୁଜିଛି । ସେହିପରି ଫେସବୁକ୍ ଓ ଇନଷ୍ଟାଗ୍ରାମ ଟ୍ରମ୍ପଙ୍କ ଆକାଉଣ୍ଟକୁ ୨୪ ଘଣ୍ଟା ପାଇଁ ବନ୍ଦ କରି ଦେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri