ୟୁଜର୍ସଙ୍କୁ ଭାଗ ଭାଗ କରିଦେଲା ମୋଟେରା ଷ୍ଟାଡିୟମର ନାମକରଣ

ନୂଆଦିଲ୍ଲୀ,୨୪।୨: ଗୁଜରାଟର ଅହମ୍ମଦାବାଦ ସ୍ଥିତ ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ କରାଯାଇଛି। ୧.୩୨ ଲକ୍ଷ ଦର୍ଶକଙ୍କ କ୍ଷମତା ବିଶିଷ୍ଟ ଷ୍ଟାଡିୟମର ନାମ ଏବେ ଠାରୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ଜଣାଯିବ। ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ର ୩ୟ ଓ ୪ର୍ଥ ଟେଷ୍ଟ ମ୍ୟାଚ୍‌ ଖେଳାଯିବାକୁ ଥିବା କ୍ରିକେଟ ଏରିନାକୁ ଉଦ୍‌ଘାଟନ କରିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ଉପସ୍ଥିତ ଥିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ କ୍ରୀଡ଼ା ମନ୍ତ୍ରୀ କିରନ ରିଜୁଜି।

ଉଦ୍‌ଘାଟନ ପରେ ଦୁଇ ଭାଗ ହୋଇଯାଇଛନ୍ତି ସୋସିଆଲ ମିଡିଆର ୟୁଜର୍ସ। କଂଗ୍ରେସ ସର୍ମଥକ ବିରୋଧ କରୁଥିବାବେଳେ ଭାଜପା ଫ୍ୟାନ୍ସ ବିଶ୍ୱର ସବୁଠୁ ବଡ଼ ଷ୍ଟାଡିୟମ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ନାମିତ କରାଯିବା ଉଚିତ ବୋଲି କହିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ମୋଦିଙ୍କ ଜୀବନରୁ ପ୍ରେରଣା ନେଇ ମୋଟେରା ଷ୍ଟଡିୟମ ପ୍ରଧାନମନ୍ତ୍ରୀଙ୍କ ନାମରେ ନାମିତ କରାଯାଇଛି। ଏହା ଅହଙ୍କାରର ପରିଣତି। ମୋଦି ବିଶ୍ୱର ପ୍ରଥମ ବ୍ୟକ୍ତି, ମୃତ୍ୟୁ ପୂର୍ବରୁ ଯାହାଙ୍କ ନାମରେ ସର୍ବସାଧାରଣ ସମ୍ପତ୍ତି ନାମକରଣ କରାଯାଇଛି। ଆଉ ଜଣେ ଭାଜପା ସମର୍ଥକ ଟୁଇଟ୍‌ କରିଛନ୍ତି, ” ମୋଟେରା ଷ୍ଟାଡିୟମ ନାମକରଣକୁ ବିରୋଧ କଲାବେଳେ ଯେମିତି ଭୁଲି ନ ଯିବା ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧୀ (ରାଜୀବ ଗାନ୍ଧୀ ଖେଳରତ୍ନ)ଙ୍କ ନାମରେ ଅଛି। ଦେଶରେ ଅଗଣିତ ଷ୍ଟାଡିୟମର ନାମକରଣ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ନାମରେ କରାଯାଇଛି। ମୋଦି ଅତିକମ୍‌ରେ ଗୁଜରାଟ କ୍ରିକେଟ ଆସୋସିଏଶନ ସଭାପତି ଥିଲେ। “


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri