ୟୁଜର୍ସଙ୍କୁ ଭାଗ ଭାଗ କରିଦେଲା ମୋଟେରା ଷ୍ଟାଡିୟମର ନାମକରଣ

ନୂଆଦିଲ୍ଲୀ,୨୪।୨: ଗୁଜରାଟର ଅହମ୍ମଦାବାଦ ସ୍ଥିତ ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ କରାଯାଇଛି। ୧.୩୨ ଲକ୍ଷ ଦର୍ଶକଙ୍କ କ୍ଷମତା ବିଶିଷ୍ଟ ଷ୍ଟାଡିୟମର ନାମ ଏବେ ଠାରୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ଜଣାଯିବ। ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ର ୩ୟ ଓ ୪ର୍ଥ ଟେଷ୍ଟ ମ୍ୟାଚ୍‌ ଖେଳାଯିବାକୁ ଥିବା କ୍ରିକେଟ ଏରିନାକୁ ଉଦ୍‌ଘାଟନ କରିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ଉପସ୍ଥିତ ଥିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ କ୍ରୀଡ଼ା ମନ୍ତ୍ରୀ କିରନ ରିଜୁଜି।

ଉଦ୍‌ଘାଟନ ପରେ ଦୁଇ ଭାଗ ହୋଇଯାଇଛନ୍ତି ସୋସିଆଲ ମିଡିଆର ୟୁଜର୍ସ। କଂଗ୍ରେସ ସର୍ମଥକ ବିରୋଧ କରୁଥିବାବେଳେ ଭାଜପା ଫ୍ୟାନ୍ସ ବିଶ୍ୱର ସବୁଠୁ ବଡ଼ ଷ୍ଟାଡିୟମ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ନାମିତ କରାଯିବା ଉଚିତ ବୋଲି କହିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ମୋଦିଙ୍କ ଜୀବନରୁ ପ୍ରେରଣା ନେଇ ମୋଟେରା ଷ୍ଟଡିୟମ ପ୍ରଧାନମନ୍ତ୍ରୀଙ୍କ ନାମରେ ନାମିତ କରାଯାଇଛି। ଏହା ଅହଙ୍କାରର ପରିଣତି। ମୋଦି ବିଶ୍ୱର ପ୍ରଥମ ବ୍ୟକ୍ତି, ମୃତ୍ୟୁ ପୂର୍ବରୁ ଯାହାଙ୍କ ନାମରେ ସର୍ବସାଧାରଣ ସମ୍ପତ୍ତି ନାମକରଣ କରାଯାଇଛି। ଆଉ ଜଣେ ଭାଜପା ସମର୍ଥକ ଟୁଇଟ୍‌ କରିଛନ୍ତି, ” ମୋଟେରା ଷ୍ଟାଡିୟମ ନାମକରଣକୁ ବିରୋଧ କଲାବେଳେ ଯେମିତି ଭୁଲି ନ ଯିବା ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧୀ (ରାଜୀବ ଗାନ୍ଧୀ ଖେଳରତ୍ନ)ଙ୍କ ନାମରେ ଅଛି। ଦେଶରେ ଅଗଣିତ ଷ୍ଟାଡିୟମର ନାମକରଣ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ନାମରେ କରାଯାଇଛି। ମୋଦି ଅତିକମ୍‌ରେ ଗୁଜରାଟ କ୍ରିକେଟ ଆସୋସିଏଶନ ସଭାପତି ଥିଲେ। “


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri