Posted inଖେଳ

ଶାର୍ଦ୍ଦୁଳଙ୍କୁ ନୂଆ ନାମ ଦେଲେ ପ୍ରଶଂସକ

ଲଣ୍ଡନ,୬।୯: ଚଳିତ ଓଭାଲ ଟେଷ୍ଟର ଉଭୟ ଇନିଂସରେ ଅର୍ଦ୍ଧଶତକୀୟ ପାଳି ଖେଳିଛନ୍ତି ଭାରତୀୟ ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର। ପ୍ରଥମ ଇନିଂସରେ ବିସ୍ଫୋରକ ୫୭ ରନ୍‌ର ପାଳି ଖେଳିଥିବା ମୁମ୍ବାଇ ଖେଳାଳି ଦ୍ୱିତୀୟ ୬୦ ରନ୍‌ର ଇନିଂସ ଖେଳିଥିଲେ। ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଯୋଗୁ ୨୯ ବର୍ଷୀୟ ଅଲରାଉଣ୍ଡରଙ୍କ ନୂଆ ନାମ ଦେଇଛନ୍ତି ପ୍ରଶଂସକ, ଯାହା ଏବେ ଟୁଇଟରରେ ଟ୍ରେଣ୍ଡିଂ ପାଲଟିଛି। ଏପରି କି ପୂର୍ବତନ କ୍ରିକେଟରମାନେ ମଧ୍ୟ ଶାର୍ଦ୍ଦୁଳଙ୍କୁ ନୂଆ ନାମକୁ ଉଲ୍ଲେଖ କରି ପ୍ରଶଂସା କରିଛନ୍ତି।

ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ ଲେଖିଛନ୍ତି, ମଧ୍ୟକ୍ରମର ବ୍ୟାଟ୍ସମାନଙ୍କୁ କେଉଁ ଭଳି ଖେଳିବାକୁ ହୁଏ, ତାହା ଦେଖାଉଛନ୍ତି ଲର୍ଡ ଶାର୍ଦ୍ଦୁଳ। ୬୦ ରନ୍‌ର ପାଳି ଚମତ୍କାର ଥିଲା। ଗୁରୁଦିବସରେ ଏହା ଠୁ ବଡ଼ ଉପହାର ଆଉ କ’ଣ ହେବ। ସେହିଭଳି ଲର୍ଡ ଶାର୍ଦ୍ଦୁଳ ଯେତେବେଳେ ବି ଆସନ୍ତି, ମ୍ୟାଚ୍‌କୁ ବଦଳି ରଖି ଦିଅନ୍ତି ବୋଲି ଟୁଇଟ୍‌ କରିଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ ଓ୍ବାସିମ ଜାଫର। ଉଲ୍ଲେଖଯୋଗ୍ୟ, ଉଭୟ ଇନିଂସରେ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ଶାର୍ଦ୍ଦୁଳ ପ୍ରଥମ ଇନିଂସରେ ଇଂଲଣ୍ଡ ପାଇଁ ସବୁଠୁ ଅଧିକ ରନ୍‌ କରିଥିବା ଓଲି ପୋପଙ୍କୁ ଆଉଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri