ଭାରତକୁ ଟୁଇଟର ଦେଲା ୧୧୦ କୋଟି

ଓ୍ବାଶିଂଟନ୍‌, ୧୨ା୫: କରୋନା ମୁକାବିଲାରେ ଭାରତକୁ ସହାୟତା କରିବାକୁ ୧୫ ମିଲିୟନ ଆମେରିକୀୟ ଡଲାର(ପ୍ରାୟ ୧୧୦,୨୨,୧୭,୨୫୦ ଟଙ୍କା) ଦାନ କରିଛି ମାଇକ୍ରୋବ୍ଲଗିଂ ସାଇଟ୍‌ ଟୁଇଟର। ଏ ନେଇ ଟୁଇଟର ସିଇଓ ଜ୍ୟାକ୍‌ ପାଟ୍ରିକ୍‌ ଡୋର୍‌ସେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ୩ ବେସରକାରୀ ସଂସ୍ଥା କେୟାର, ଆସୋସିଏଶନ୍‌ ଫର୍‌ ଇଣ୍ଡିଆସ୍‌ ଡେଭଲପମେଣ୍ଟ (ଏଡ୍‌ ଇଣ୍ଡିଆ) ଏବଂ ସେବା ଇଣ୍ଟରନ୍ୟାଶନାଲ ୟୁଏସ୍‌ଏକୁ ଏହି ଟଙ୍କା ପ୍ରଦାନ କରିଥିବା ସେ କହିଛନ୍ତି। କେୟାରକୁ ୭୩.୪୪ କୋଟି ଏବଂ ଏଡ୍‌ ଇଣ୍ଡିଆ ଓ ସେବା ଇଣ୍ଟରନ୍ୟାଶନାଲ ୟୁଏସ୍‌ଏକୁ ୧୮.୩୬ କୋଟି ଲେଖାଏଁ ସହାୟତା ଦେଇଛି ଟୁଇଟର। ସାନ୍‌ ଫ୍ରାନ୍ସିସ୍‌କୋରେ ଥିବା ହିନ୍ଦୁ ସଙ୍ଗଠନ ସେବା ଇଣ୍ଟରନ୍ୟାଶନାଲ ଏହି ଅର୍ଥକୁ ଭାରତରେ କୋଭିଡ୍‌ ମୁକାବିଲା ନିମନ୍ତେ ଆବଶ୍ୟକ ଭେଣ୍ଟିଲେଟର, ବେଡ୍‌ ସହ ଅନ୍ୟାନ୍ୟ ଚିକିତ୍ସା ଉପକରଣ ବିଭିନ୍ନ ହସ୍ପିଟାଲକୁ ପ୍ରଦାନ କରାଯିବ ବୋଲି ଏକ ବିବୃତିରେ କହିଛି। ସେହିପରି ଅତ୍ୟାବଶ୍ୟକ ମେଡିକାଲ ଉପକରଣ, ଅକ୍ସିଜେନ, ସ୍ବାସ୍ଥ୍ୟକର୍ମୀଙ୍କ ନିମନ୍ତେ ପିପିଇ କିଟ୍‌, ଦୁର୍ବଳ ବର୍ଗର ଲୋକଙ୍କୁ ଚିକିତ୍ସା ପ୍ରଦାନ ଆଦି ସହାୟତା ଭାରତକୁ ଦିଆଯିବା ନିମନ୍ତେ ଏହି ଅର୍ଥ ଖର୍ଚ୍ଚ କରାଯିବ ବୋଲି କେୟାର ଏବଂ ଏଡ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri