ଟୁଇଟରରେ ବଡ ସଂଖ୍ୟାରେ ହୋଇପାରେ ଛଟେଇ, ଟେକ୍‌ଓଭର ପରେ ଏଲନ ମସ୍କ କରୁଛନ୍ତି ଯୋଜନା

ୱାଶିଂଟନ,୩୦ ।୧୦: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେଲସାର ସିଇଓ ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ କିଛିଦିନ ମଧ୍ୟରେ ଛଟେଇ ସଙ୍କେତ ଦେଇଛନ୍ତି । ଡିଲ ଶେଷ ହେବା ପରେ ଆକ୍ସନ ମୁଡରେ ନଜର ଆସିଛନ୍ତି ମସ୍କ । ତେବେ ଡିଲ ଶେଷ ହେବା ପୂର୍ବରୁ ଟୁଇଟର କର୍ମଚାରୀଙ୍କ ମଧ୍ୟରେ ଚାକିରି ଯିବାର ଭୟ ଦେଖାଦେଇଥିଲା । ଏବେ ପୁଣିଥରେ କର୍ମଚାରୀଙ୍କୁ ଡରାଇବା ଭଳି ଖବର ସାମ୍ନାକୁ ଆସିଛି । ଡିଲ ଶେଷ ହେବା ପରେ କାଳ ବିଳମ୍ବ ନ କରି ମସ୍କ ଛଟେଇ ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି । ଏନେଇ ଆଗକୁ ମଧ୍ୟ ଯୋଜନା କରୁଛନ୍ତି ମସ୍କ ।
ଟୁଇଟରରେ ପରିବର୍ତ୍ତନକୁ ନେଇ ନୂଆ ନୂଆ କଥା ସାମ୍ନାକୁ ଆସୁଛି । ଏବେ ଖବର ଆସିଛି କି ଏଲନ ମସ୍କ ଟୁଇଟରରେ କିଛି ବଡ ଧରଣର ପରିବର୍ତ୍ତନ କରିପାରନ୍ତି । ସେ ନୂଆ ଢଙ୍ଗରେ ଟୁଇଟର ଚଳାଇବାକୁ ଚାହୁଁଛନ୍ତି । ଏହାସହ ମସ୍କ ମାଇକ୍ରୋବ୍ଲଗିଙ୍ଗ ପ୍ଲାଟଫର୍ମର ନୀତିରେ ସୁଧାର ଆଣିବା ଆରମ୍ଭ କରିଛନ୍ତି । ମାଲିକ ହେବାପରେ ସେ କେତେଜଣ ଅଧିକାରୀଙ୍କୁ ଛୁଟି କରିଦେଇଛନ୍ତି । ଏମାନଙ୍କ ମଧ୍ୟରେ କମ୍ପାନୀର ସିଇଓ ପରାଗ ଅଗ୍ରୱାଲ ଓ ଅର୍ଥ ବିଭାଗ ମୁଖ୍ୟ ନେଡ ସେଗଲ ବି ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?