ଏଲନ ମସ୍କଙ୍କ ଆଉ ଏକ ତମାସା

ୱାଶିଂଟନ,୧୦ ।୧୧: ଟୁଇଟରର ନୂଆ ମାଲିକ ଏଲନ ମସ୍କ ଏହି ପ୍ଲାଟଫର୍ମକୁ ନେଇ ଅନେକ ପରୀକ୍ଷଣ କରିବାରେ ଲାଗି ପଡିଛନ୍ତି । ସେଥିପାଇଁ ଟୁଇଟର ଓ ଏଲନ ମସ୍କଙ୍କୁ ନେଇ ପ୍ରତିଦିନ କିଛି ନା କିଛି ଖବର ସାମ୍ନାକୁ ଆସୁଛି । ନିକଟରେ ମସ୍କ ଏମିତି ଏକ ପରୀକ୍ଷଣ କରିଥିଲେ ଓ ଏହାପରେ ମସ୍କ ଏହାର ଯାହା ଉତ୍ତର ରଖିଥିଲେ ତାହା ଏକ ତମାସାରେ ପରିଣତ ହୋଇଯାଇଛି । ସୂଚନାଯୋଗ୍ୟ, ବୁଧବାର ଅର୍ଥାତ୍ ନଭେମ୍ବର ୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ରାଜନୀତି ତଥା କ୍ରୀଡା ଜଗତର ବ୍ୟକ୍ତିତ୍ୱଙ୍କ ଟୁଇଟର ପ୍ରୋଫାଇଲରେ ଟିକ୍ ସହ ଏକ ଟୁଇଟର ଅଫିସିୟାଲ ଲେବଲ ଯୋଡା ଯାଇଥିଲା । କିନ୍ତୁ ମାତ୍ର କିଛି ସମୟ ମଧ୍ୟରେ ଏହାକୁ ଫେରାଇ ନିଆଯାଇଥିଲା ।
ଏହାକୁ ନେଇ କେହି କିଛି ବୁଝିବା ପୂର୍ବରୁ ମସ୍କଙ୍କର ଏକ ଚମକାଇବା ଭଳି ଉତ୍ତର ମିଳିଲା । ସେ ଜଣେ ୟୁଜରଙ୍କ ପୋଷ୍ଟରେ ରିପ୍ଲାଇ ଦେଇ କହିଲେ ଯେ, ଦୟାକରି ଧ୍ୟାନ ଦିଅନ୍ତୁ ଟୁଇଟର ଆଗାମୀ ଦିନରେ ଅନେକ ଗୁଡିଏ ମୁର୍ଖତାପୂର୍ଣ୍ଣ କାର୍ଯ୍ୟ କରିବ । ଆମେ ତାହାକୁ ରଖିବୁ ଯିଏ କାମ କରୁଛି ଆଉ ଯିଏ କାମ କରୁନାହିଁ ତାକୁ ବଦଳାଇ ଦେଉଛୁ ।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?