ଟୁଇଟର ସିଇଓ ପଦରୁ ଓହରନ୍ତୁ ମସ୍କ

ଓ୍ବାଶିଂଟନ୍‌, ୨୦।୧୨: ସୋସିଆଲ ମିଡିଆ ଜାଏଣ୍ଟ ଟୁଇଟର ୟୁଜର୍ସ ଏଲନ ମସ୍କଙ୍କ ଉପରେ ଖୁସି ନାହାନ୍ତି। ଟୁଇଟରର ମାଲିକାନା ଏଲନ ମସ୍କଙ୍କ ହାତକୁ ଯିବା ପରେ କମ୍ପାନୀର କର୍ମଚାରୀଙ୍କଠୁ ଆରମ୍ଭ କରି ୟୁଜର୍ସ ଅସୁଖୀ ଥିବା ଜଣାପଡ଼ିଛି। ରବିବାର ସନ୍ଧ୍ୟାରେ ମସ୍କ ଟୁଇଟର ସିଇଓ ପଦରେ ରହିବା ଉଚିତ୍‌ କି ନୁହେଁ ସେଥିଲାଗି ଟୁଇଟର ପୋଲ୍‌ ଜରିଆରେ ୟୁଜର୍ସଙ୍କ ମତ ଲୋଡ଼ିଥିଲେ। ସୋମବାର ଏହାର ଫଳ ପ୍ରକାଶ ପାଇଛି, ଯେଉଁଥିରେ ୫୭.୫% ୟୁଜର୍ସ ମସ୍କ ସିଇଓ ପଦରୁ ଓହରି ଯିବା ଦରକାର ବୋଲି ମତ ଦେଇଥିବାବେଳେ ମାତ୍ର ୪୨.୫% ମସ୍କଙ୍କ ସପକ୍ଷରେ ଭୋଟ ଦେଇଛନ୍ତି। ମୋଟ ୧୭ ନିୟୁତ ଟୁଇଟର ୟୁଜର୍ସ ଏଥିରେ ଅଂଶଗ୍ରହଣ କରିଥିଲେ। ପୋଲ ରେଜଲ୍ଟ ଅନୁସାରେ ମସ୍କ ଆଗାମୀ ନିଷ୍ପତ୍ତି ନେବେ ବୋଲି ରବିବାର କହିଥିବାବେଳେ ଏ ନେଇ ତାଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ।
ଟୁଇଟର ପୋଲ୍‌କୁ ଅନୁକରଣ କରି ଆମେରିକୀୟ ର଼୍ୟାପର ସ୍ନୁପ ଡଗ୍‌ ଏହି ମାଇକ୍ରୋବ୍ଲଗିଂ ଆପ୍‌ ପରିଚାଳାନା କରିବା ଲାଗି ୟୁଜର୍ସଙ୍କ ମତ ଲୋଡିଛନ୍ତି। ଏଥିଲାଗି ସୋମବାର ସ୍ନୁପ ଟୁଇଟର ପୋଲ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୦ ଲକ୍ଷ ୟୁଜର୍ସ ନିଜ ମତ ଦେଇଛନ୍ତି। ଏଥିରୁ ୮୦ ପ୍ରତିଶତ ୟୁଜର୍ସ ସ୍ନୁପ ଟୁଇଟର ପରିଚାଳନା ଦାୟିତ୍ୱ ଗ୍ରହଣ କରନ୍ତୁ ବୋଲି ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?