Posted inଜାତୀୟ

ମୁଖ୍ୟମନ୍ତ୍ରୀ-ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଟୁଇଟର ଯୁଦ୍ଧ

ରାୟପୁର, ୧୯।୪: କର୍ନାଟକ, ମିଜୋରାମ, ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନ ଏବଂ ତେଲଙ୍ଗାନାରେ ହେବାକୁ ଥିବା ବିଧାନସଭା ନିର୍ବାଚକୁ ନେଇ ରାଜନୀତି ତୀବ୍ର ହୋଇଛି।
କର୍ନାଟକରେ ଆସନ୍ତା ମେ’୧୦ରେ ନିର୍ବାଚନ ହୋକୁ ଥିବା ବେଳେ ଅନ୍ୟ ରାଜ୍ୟରେ ଏଯାଏ ତାରିଖ ଘୋଷଣା ହୋଇନାହିଁ। ତେବେ ନିର୍ବାଚନ ଆଗକୁ ଥିବା ବେଳେ ଏବେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଏହି ସମୟରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂଙ୍କ ମଧ୍ୟରେ ଟୁଇଟର ଯୁଦ୍ଧ ଆରମ୍ଭ ହୋଇଛି। ଉଭୟ ନିଜ ନିଜ ସରକାରରେ ଉନ୍ନତ କାର୍ଯ୍ୟ କରିଛନ୍ତି ବୋଲି ଦାବି କରୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ ଟୁଇଟ୍‌ କରି ଦାବି କରିଛନ୍ତି ଯେ, ୨୦୦୮ ରୁ ୨୦୧୮ ମଧ୍ୟରେ ତାଙ୍କ ସରକାର ଲୋକଙ୍କୁ ରେକର୍ଡ ଲିଜ ଦେଇଛନ୍ତି ଏବଂ ଦେଶରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏହାକୁ ନେଇ ଭୂପେଶ ବାଘେଲ ଟୁଇଟରେ ପାଲଟା ଜବାବ ଦେଇ କହିଛନ୍ତି, ୧୫ ବର୍ଷ ଧରି ରାଜ୍ୟକୁ ଠକିଥିବା ଝୁଠେ କି ସରତାଜ, ଜଙ୍ଗଲ ଅଧିକାର ଚିଠିର ବାସ୍ତବତା କ’ଣ?
ମୁଁ ଆପଣଙ୍କୁ କହୁଛି। ଆପଣ ହଜାର ହଜାର ଯୋଗ୍ୟ ବ୍ୟକ୍ତିଙ୍କ ଆବେଦନ ଅଳିଆରେ ପକାଇଦେଇଥିଲେ, ଆମେ ସେମାନଙ୍କୁ ଲିଜ ଦେଲୁ।

ଏହାପରେ ରମଣ ସିଂ କହିଛନ୍ତି, ମିଛର ବୟସ ମାତ୍ର କିଛି ଦିନ, ସତ୍ୟ ସାମ୍ନାକୁ ଆସିଲେ ସମସ୍ତେ ଡରନ୍ତି। ସାଢେ ୪ ବର୍ଷ ଧରି କୁଶାସନ ଚଳାଇ ରାଜ୍ୟରେ ଯେଉଁ ଅବସ୍ଥା କରିଛନ୍ତି, ତାହାର ସତ୍ୟତାରୁ ଆପଣ ପଳାଇ ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri