Posted inଖେଳ

ରାହାନେ ଧରିବେ ଦିଲ୍ଲୀ କ୍ୟାପିଟାଲ୍ସର ମଙ୍ଗ! ଏଭଳି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ବେଳେ ଆହତ ହୋଇଥିଲେ ଶ୍ରେୟାସ ଆୟାର। ସମସ୍ୟା ଗମ୍ଭୀର ହୋଇଥିବା ହେତୁ ତାଙ୍କୁ ଫିଟ୍‌ ହେବାକୁ ସମୟ ଲାଗିବ। ଏହାକୁ ଦୃଷ୍ଟିରେ ରଖି ଆୟାରଙ୍କୁ ଉଭୟ ଟିମ୍‌ ଇଣ୍ଡିଆ ଏବଂ ଦିଲ୍ଲୀ କ୍ୟାପିଟାଲ୍ସରୁ ବାହାର କରାଯାଇଛି। ଆଇପିଏଲ୍‌ ଆରମ୍ଭ ହେବାକୁ ଆଉ ୨ ସପ୍ତାହ ଥିବା ବେଳେ ଡିସିର ଅଧିନାୟକ ଦାୟିତ୍ୱ କିଏ ସମ୍ଭାଳିବ ସେ ନେଇ ନାନାଦି କଳ୍ପନାଜଳ୍ପନା ଲାଗି ରହିଛି। ଘଟଣାକୁ ନେଇ ସାମାଜିକ ଗଣମାଧ୍ୟମରେ ବିଭିନ୍ନ ଖେଳାଳିଙ୍କ ନାମ ଟ୍ରେଣ୍ଡ ହେଉଛି। ସେଥିରୁ ଜଣେ ହେଲେ ଅଜିଙ୍କ୍ୟ ରାହାନେ।

କହିରଖୁଛୁ, ଦିଲ୍ଲୀ କ୍ୟାପିଟାଲ୍ସରେ ଅନେକ ଅଭିଜ୍ଞ ଖେଳାଳି ଅଛନ୍ତି। ସେମାନେ କେବେ ନା କେବେ ଅଧିନାୟକ ଭାବେ ଦାୟିତ୍ୱ ତୁଲାଇଛନ୍ତି। ରବିଚନ୍ଦ୍ରନ ଅଶ୍ୱିନ, ଷ୍ଟିଭ୍‌ ସ୍ମିଥଙ୍କ ବ୍ୟତିତ ରାହାନେ ମଧ୍ୟ ଅଛନ୍ତି। ହେଲେ ରାହାନେ ଶ୍ରେଷ୍ଠ ବିକଳ୍ପ ହେବେ ବୋଲି ପ୍ରଶଂସକ କହୁଛନ୍ତି। ତାଙ୍କ ପାଖରେ ଅନୁଭବ ରହିଛି। ନିକଟରେ ଶେଷ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ସେ ବିରାଟଙ୍କ ଅନୁପସ୍ଥିତିରେ ଦଳର ଦାୟିିତ୍ୱ ନେଇଥିଲେ। ତାଙ୍କ ଅଧିନାୟକତ୍ୱରେ ଦଳ ଜିତିଥିଲା। ରାହାନେଙ୍କ ବ୍ୟତିତ ରିଷଭ ପନ୍ତ ମଧ୍ୟ ସମ୍ଭାବ୍ୟ ତାଲିକାରେ ଅଛନ୍ତି। ତେବେ ଆଗାମୀ ଦିନରେ କିଏ ଅଧିନାୟକ ହେବ ତାହା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗଁାରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri