Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ଜର୍ସି ପିନ୍ଧି ପାକିସ୍ତାନରେ ପହଞ୍ଚିଲେ ଏହି ଖେଳାଳି, କରାଚି କିଙ୍ଗ୍ସକୁ ଟ୍ରୋଲ କଲେ ପ୍ରଶଂସକ

କରାଚି,୧୪।୧୧: ଜିମ୍ବାଓ୍ବେ ସହ ସିରିଜ ଶେଷ ହେବା ପରେ ପାକିସ୍ତାନ ସୁପର ଲିଗ୍‌(ପିଏସ୍‌ଏଲ୍‌ ୨୦୨୦)ର ଚାରିଟି ମ୍ୟାଚ୍‌ ଖେଳାଯିବାର ଅଛି। କୋଭିଡ ପାଇଁ ଏହାକୁ ସ୍ଥଗିତ କରାଯାଇଥିଲା। ଏହି ଲିଗ୍‌ ଖେଳିବା ପାଇଁ ଖେଳାଳିମାନେ ପହଞ୍ଚିବା ଆରମ୍ଭ କରିଛନ୍ତି। ଏହି କ୍ରମରେ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ରେ ସାମିଲ ଥିବା ଓ୍ବେଷ୍ଟଇଣ୍ଡିଜ୍‌ର ଯୁବ କ୍ରିକେଟର ଶରଫେନ ରଦରଫୋର୍ଡ ପହଞ୍ଚିଥିଲେ। ସେ କ୍ରିସ୍‌ ଜୋର୍ଦନଙ୍କ ସ୍ଥାନରେ ଖେଳିବା ପାଇଁ ଯାଉଛନ୍ତି। ତେବେ ରଦରଫୋର୍ଡ ପାକିସ୍ତାନରେ ପହଞ୍ଚିବା ପରେ ତାଙ୍କର ଫଟୋ କରାଚି କିଗ୍ସ ପକ୍ଷରୁ ଶେୟାର କରାଯାଇଥିଲା। ଫଟୋଟି ବେଶ୍‌ ଭାଇରାଲ ହେଉଛି। ସେ ପିନ୍ଧିଥିବା ଜର୍ସି ଏବଂ କିଟ୍‌କୁ ନେଇ ଲୋକ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି।

ଆଇପିଏଲ୍‌ ଶେଷ ହେବା ପରେ ୟୁଏଇରୁ ସିଧା ପାକିସ୍ତାନ ପହଞ୍ଚିଥିଲେ ରଦରଫୋର୍ଡ। ବିମାନବନ୍ଦରରେ ପହଞ୍ଚିବା ବେଳେ ସେ ମୁମ୍ବାଇ ଇଣ୍ଡିଆନ୍ସର ଜର୍ସି ପିନ୍ଧିଥିଲେ। ଏହା ଦେଖି ଲୋକେ ଜର୍ସି ତ ଦେଇ ଦେଇଥାନ୍ତ ବୋଲି କହୁଥିବା ଦେଖାଯାଉଛି।
୨୨ ବର୍ଷୀୟ ରଦରଫୋର୍ଡଙ୍କୁ ଚଳିତ ଆଇପିଏଲ୍‌ରେ ସୁଯୋଗ ମିଳି ନ ଥିଲା। ହେଲେ ସେ ଟିମ୍‌ରେ ସାମିଲ ଥିଲେ। ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ଟାଇଟଲ ଜିତିବା କାରଣରୁ ରଦରଫୋର୍ଡଙ୍କ ପାଇଁ ଖୁସିର ମୂହର୍ତ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri