ଟୁଇଟରର ଏଡିଟ୍‌ ବଟନ ଫିଚର, ମାସକୁ ଦେବାକୁ ହେବ ୪.୯୯ ଡଲାର…

ଓ୍ବାଶିଂଟନ, ୨୨।୯ : ଟୁଇଟର ପକ୍ଷରୁ ବ୍ଲୁ ଟିକ ଗ୍ରାହକମାନଙ୍କ ପାଇଁ ଟୁଇଟ୍‌ ଏଡିଟ କରିବା ଫିଚର ଆରମ୍ଭ କରିଛି । ସେପ୍ଟେମ୍ବର ଆରମ୍ଭରେ ଟୁଇଟର ଏଡିଟ ବଟନ ଦେବାକୁ ଘୋଷଣା କରିଥିଲା। ଏବେ ଏହା ୟୁଜରଙ୍କ ପାଇଁ ଉପଲବ୍ଧ ହୋଇଛି। ଏହି ଫିଚର ଉପରେ ପରୀକ୍ଷା ନିରୀକ୍ଷା ମଧ୍ୟ ଜାରି ରହିଛି। ଟୁଇଟର୍‌ ଏହାର ସମସ୍ତ ବ୍ଲୁଟିକ ବ୍ୟବହାରକାରୀଙ୍କ ପାଇଁ ଏକ ଦେୟଯୁକ୍ତ ସେବା ଭାବରେ ଏଡିଟ ବଟନ ଘୋଷଣା କରିଛି।

ଟୁଇଟରର ଏକ ବ୍ଲଗ ପୋଷ୍ଟ ଅନୁଯାୟୀ, ଟୁଇଟର ବ୍ଲୁ ଟିକ ୟୁଜରମାନେ ପ୍ରତି ମାସରେ ଏଡିଟ ବଟନ ଫିଚର ପାଇଁ ୪.୯୯ ଡଲାର ଦେବେ। ଏହି ଫିଚର ଅନୁଯାୟୀ, ବ୍ଲୁଟିକ ୩୦ ମିନିଟ ମଧ୍ୟରେ ଏକାଧିକ ଥର ଟୁଇଟ ଏଡିଟ କରିବାକୁ ସମର୍ଥ ହେବ। ସୂଚନାଯୋଗ୍ୟ ଯେ ଦୀର୍ଘ ଦିନ ଧରି ଟୁଇଟ ପ୍ରକାଶ କରିବା ପରେ ଟାଇପ ତ୍ରୁଟି ସୁଧାରିବା ପାଇଁ ସମସ୍ତ ଟୁଇଟର ୟୁଜର ଏଡିଟ ବଟନ ମାଗିଥିଲେ, କିନ୍ତୁ ଟୁଇଟର କେବଳ ଏହାର ବ୍ଲୁଟିକ ଗ୍ରାହକମାନଙ୍କ ପାଇଁ ଏହି ଫିଚର ଉପଲବ୍ଧ କରାଇଛି। ସୂଚନାଯୋଗ୍ୟ ଯେ ଅନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଯେପରିକି ଫେସବୁକ, ରେଡ୍ଡିଟ ଏବଂ ପିନରେଷ୍ଟ ପୂର୍ବରୁ ଏଡିଟିଂ ସୁବିଧା ଯୋଗାଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri