ଗୋଡ଼ାଇ ଗୋଡ଼ାଇ ଲୁହାଛଡ଼ରେ ଆକ୍ରମଣ ମାମଲା: ଅଭିଯୁକ୍ତ ୨ ଭାଇ ଗଲେ ଜେଲ

ଦିଗପହଣ୍ଡି,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗ୍ରାମର ନିରାକାର ପ୍ରଧାନ ଏବଂ ହରି ପ୍ରଧାନ ଦୁଇ ଭାଇଙ୍କୁ ସୋମବାର କେ. ନୂଆଗାଁ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୧୩୯/୨୦ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।
ଗତ ଜୁନ ୪ ତାରିଖ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବମକେଇ ଗ୍ରାମର ଜିପୁ ପ୍ରଧାନ ଗ୍ରାମର କଲେଜ ନିକଟ ନାଳରୁ ଶୌଚ ହୋଇ ଫେରୁଥିବା ବେଳେ ୩ ଟି ବାଇକରେ ନିରାକାର ଓ ତାଙ୍କ ଭାଇ ହରିଙ୍କ ସମେତ ଅନ୍ୟ ୪ ଜଣ ଅଚିହ୍ନା ଯୁବକ ତାଙ୍କୁ ଅଟକାଇ ଗାଳି ଗୁଲଜ କରିଥିଲେ। ଭୟଭୀତ ହୋଇ ଜିପୁ ଦୋଡିବାରୁ ୨ ଭାଇ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଲୁହାଛଡ଼ରେ ଆକ୍ରମଣ କରିଥିଲେ। ଜିପୁ ଘଟଣାସ୍ଥଳରୁ କୌଶଳକ୍ରମେ ତାଙ୍କ ସମ୍ପର୍କୀୟ ବାପି ପ୍ରଧାନଙ୍କ ଘରକୁ ଯାଇ ଚେତାଶୂନ୍ୟ ଅବସ୍ଥାରେ ପଡ଼ି ଯାଇଥିଲେ। ପରେ ତାଙ୍କୁ ଉଦ୍ଧାର କରି ପ୍ରଥମେ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ବ୍ରହ୍ମପୁର ବଡଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ଫେରିବାପରେ ଜିପୁ କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ମାଧବାନନ୍ଦ ନାୟକ ଅଭିଯୁକ୍ତ ମାନଙ୍କ ନାଁରେ ମାମଲା ରୁଜୁ କରିଥିଲେ। ଅଭିଯୁକ୍ତ ୨ ଭାଇଙ ଗିରଫ ଭୟରେ ଘଟଣା ଦିନଠାରୁ ଫେରାର ଥିଲେ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ ଏସଆଇ ଶିଶିର ସାହାଣୀ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri