ପୋଲିସ ଏନକାଉଣ୍ଟରରେ ୨ ଅଭିଯୁକ୍ତ ଆହତ

ଝାରସୁଗୁଡା/ବେଲପାହାଡ,୧୨।୫(ଆଶିଷ ରଞ୍ଜନ ଦାଶ/ସୁବାସ ପ୍ରଧାନ): ବେଲପାହାଡ଼ ଥାନା ଅନ୍ତର୍ଗତ ସୁଲଦିଆ କୋଇଲା ଖଣି ଅଞ୍ଚଳରେ ଥିବା ଅଇଲାଝରନ ଜଙ୍ଗଲରେ ଆଜି ବ୍ରଜରାଜନଗର ଓ ବନହରପାଲି ଥାନା ପୋଲିସ ଦୁଇ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି। ଅଭିଯୁକ୍ତ ଚାନ୍ଦ ନଛୋର୍‌ ଓ ସୁନିଲ ମହାନନ୍ଦଙ୍କ ଗୋଡ଼କୁ ପୋଲିସ ଗୁଳି ମାରିଥିବା ସୂଚନା ମିଳିଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ଚିକିତ୍ସା କରାଯାଉଥିବା ସୂଚନା ମିଳିଛି। ଗତକାଲି ଏକ ସାମାନ୍ୟ ସଡ଼କ ଦୁର୍ଘଟଣାକୁ ନେଇ ବେଲପାହାଡ଼ ଥାନା ଅନ୍ତର୍ଗତ ଗାନ୍ଧୀନଗରଠାରେ ଛୁରାମାଡ଼ ହୋଇଥିଲା। ଛୁରାମାଡ଼ରେ ରାହୁଲ ମହତ୍ତୋଙ୍କ ମୃତ୍ୟୁ ହୋଇଥିବାବେଳେ ଆକାଶ ସାହୁ ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଛୁରା ମାଡ଼ କରି ଚାନ୍ଦ ଓ ବାବୁ ବନଛୋର ଫେରାର ହୋଇଯାଇଥିଲେ। ପୋଲିସ ତାଙ୍କୁ ଖୋଜାଖୋଜି କରୁଥିବାବେଳେ ବ୍ରଜରାଜନଗର ଓ ବନହରପାଲି ଥାନା ମଝିରେ ଥିବା କର୍ଲାଖମନ ଜଙ୍ଗଲରେ ଆତ୍ମଗୋପନ କରିଥିଲେ। ପୋଲିସ ଖବର ପାଇଁ ଅତର୍କିତ ଚଢାଉ କରିଥିଲା। ହେଲେ ପୋଲିସକୁ ଦେଖି ସେମାନେ ଚମ୍ପଟ ମାରୁଥିବା ସମୟରେ ଚାନ୍ଦ ଓ ତାର ସହଯୋଗୀ ସୁନିଲକୁ ପୋଲିସ ଏନକାଉଣ୍ଟର କରିଥିଲା। ଦୁଇ ଅଭିଯୁକ୍ତଙ୍କ ନାମରେ ସମ୍ବଲପୁର ଓ ବୁର୍ଲା ଥାନାରେ ଆପରାଧିକ ମାମଲା ରହିଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?