Posted inଜାତୀୟ

ଲିଭ୍ ଇନ୍ ରିଲେସନଶିପ ଆଇନ ସମ୍ମତ, ଏଥିରେ କେହି କରିପାରିବେନି ହସ୍ତକ୍ଷେପ: ଆହ୍ଲାବାଦ ହାଇକୋର୍ଟ

ପ୍ରୟାଗରାଜ,୩ ।୧୨: ଲିଭ୍ ଇନ୍ ରିଲେସନଶିପରେ ରହୁଥିବା ପ୍ରେମୀଯୁଗଳଙ୍କ ପାଇଁ ଆଶ୍ୱସ୍ତିକର ଖବର । ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଲିଭ୍ ଇନ୍ ରିଲେସନଶିପ ଆଇନ ସମ୍ମତ ତେଣୁ ଏଥିରେ କେହି ହସ୍ତକ୍ଷେପ କରିପାରିବେ ନାହିଁ । ଏମିତିକି ଅଭିଭାବକ ମଧ୍ୟ ଏଥିରେ ହସ୍ତକ୍ଷେପ କରିପାରିବେ ନାହିଁ । କୋର୍ଟ କହିଛନ୍ତି ଏହା ବ୍ୟକ୍ତିଙ୍କ ମୌଳିକ ଅଧିକାର, ଯାହା ସମ୍ବିଧାନର ଅନୁଚ୍ଛେଦ ୨୧ ଆଧାରରେ ଜୀବନ ଓ ସ୍ୱ୍ୱତନ୍ତ୍ରତା ଆଧାରରେ ପ୍ରାପ୍ତ ହୋଇଛି । କୋର୍ଟ ଲିଭ୍ ଇନ୍ ରିଲେସନଶିପରେ ରହୁଥିବା ଫରୁଖାବାଦର ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦେବା ଓ ସେମାନଙ୍କ ଜୀବନରେ ହସ୍ତକ୍ଷେପ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଫରୁଖାବାଦରେ କାମିନି ଦେବୀ ଓ ଅଜୟ କୁମାରଙ୍କ ଆବେଦନର ଶୁଣାଣି କରି କୋର୍ଟ କହିଛନ୍ତି ସୁପ୍ରିମକୋର୍ଟ ଲିଭ୍ ଇନ୍ ରିଲେସନଶିପକୁ ଦେଇ ବିସ୍ତ୍ରୁତ ବ୍ୟାଖ୍ୟା କରିଛନ୍ତି । କୋର୍ଟ କହିଛନ୍ତି ବିଶ୍ୱର ଅନ୍ୟ ଦେଶଙ୍କ ଭଳି ଆମ ଦେଶରେ ଲିଭ୍ ଇନ୍ ରିଲେସନଶିପକୁ ସାମାଜିକ ମାନ୍ୟତା ମିଳିନାହିଁ ସତ ହେଲେ ଏହା କୌଣସି ଅପରାଧ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri