କଥା ଦେଇ କଥା ରଖିଲେ ଏମ୍‌ପି ସୁଜିତ କୁମାର; ଲାଞ୍ଜିଗଡ଼-କେସିଙ୍ଗା ପାଇଁ ୨ ଆମ୍ବୁଲାନ୍ସ ଲୋକାର୍ପିତ

ଭବାନୀପାଟଣା।ଲାଞ୍ଜିଗଡ, ୪।୩( ଉତ୍ତମ କୁମାର ଦାସ / ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ରାଜ୍ୟସଭା ଏମ୍‌ପି ସୁଜିତ କୁମାରଙ୍କ ପ୍ରଦତ୍ତ ପାଣ୍ଠିରୁ ୨ଟି ଆମ୍ବୁଲାନ୍ସର ଲୋକାର୍ପଣ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି କୁମାର ମୁଖ୍ୟଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଆମ୍ବୁଲାନ୍ସର ଶୁଭାରମ୍ଭ କରିଥିଲେ। ଲୋକାର୍ପିତ ଦୁଇଗୋଟି ଆମ୍ବୁଲାନ୍ସ ମଧ୍ୟରୁ ଗୋଟିଏ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ ବ୍ଲକ ଓ ଅନ୍ୟଟି କେସିଙ୍ଗା ବ୍ଲକର ଜନସାଧାରଣଙ୍କୁ ସେବା ଯୋଗାଇବ। ଏହି କାର୍ଯ୍ୟକ୍ରମରେ ଏମ୍‌ପିଙ୍କ ସହିତ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲା ଯୋଜନା ଉପନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ, ଗତ ୨୦୨୧-୨୨ ଆର୍ଥିକ ବର୍ଷରେ ଏମ୍‌ପି ୨ଟି ଆମ୍ବୁଲାନ୍ସ ପାଇଁ ନିଜ ପାଣ୍ଠିରୁ ୧୮ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ। ବିଭିନ୍ନ ଆଳ ଦେଖାଇ ସ୍ବାସ୍ଥ୍ୟ ବିଭାଗ ଦୀର୍ଘ ୨ ବର୍ଷ ଯାଏ ଅର୍ଥରାଶିକୁ ପକାଇ ରଖିଥିଲା। ଏହି ସମୟ ମଧ୍ୟରେ ଗତ ନଭେମ୍ବର ମାସରେ ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁମଖାଲ ପଞ୍ଚାୟତ ପୁନିଗୁଡ଼ାର ଜଣେ ନାବାଳିକା ଚିକିତ୍ସାଧୀନ ଭାବେ ମୃତ୍ୟୁବରଣ କରିବା ଓ ଆମ୍ବୁଲାନ୍ସ ଅଭାବରୁ ବାଇକରେ ମୃତଦେହ ବୁହାହେବା ଘଟଣାକୁ ନେଇ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏପରିକି ଅଗ୍ରଣୀ ସାମ୍ବାଦିକ ସଂଗଠନ ଲାଞ୍ଜିଗଡ ପ୍ରେସ କ୍ଳବର ସଭାପତି ସୁଶୀଲ କୁମାର ବାଗଙ୍କ ନେତୃତ୍ୱରେ ଲାଞ୍ଜିଗଡ ବ୍ଲକ ସାମ୍ବାଦିକ ସମୁହ ପକ୍ଷରୁ ଖର୍ଚ୍ଚ ନହୋଇ ପଡ଼ି ରହିଥିବା ସାଂସଦ ପାଣ୍ଠି ବିନିଯୋଗ କରି ଆମ୍ବୁଲାନ୍ସ କିଣା ନ ଗଲେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା। ଏନେଇ ତାଙ୍କ ନେତୃତ୍ୱରେ ଜିଲା ସ୍ବାସ୍ଥ୍ୟ ବିଭାଗକୁ ସାମ୍ବାଦିକ ସମୁହ ପକ୍ଷରୁ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ମେଡିକାଲ ଅଫିସରଙ୍କ ଜରିଆରେ ଏକ ଦାବିପତ୍ର ଦିଆଯାଇଥିଲା। ଏହାପରେ ଜିଲା ସ୍ବାସ୍ଥ୍ୟ ବିଭାଗର ଚେତା ପଶିବା ସହିତ ଏ ଦିଗରେ ତତ୍ପରତା ପ୍ରକାଶ ପାଇଥିଲା। ସାମ୍ବାଦିକ ସମୁହ ଏବଂ ଏମ୍‌ପି ପ୍ରତିନିଧିଙ୍କ ଉପସ୍ଥିତିରେ ଗତ ନଭେମ୍ବର ୧୯ ତାରିଖରେ ସ୍ବାସ୍ଥ୍ୟ ବିଭାଗ ଏକ ବୈଠକ ଡକାଇ ଏହାର ସମାଧାନ ପାଇଁ ଆଲୋଚନା କରିଥିଲା। ଉକ୍ତ ବୈଠକର ନିଷ୍ପତ୍ତି ପରେ ଆମ୍ବୁଲାନ୍ସ କିଣାଯିବା ପରେ ଆଜି ଲୋକାର୍ପିତ କରାଯାଇଛି। ଏହାକୁ ନେଇ ଉଭୟ ଲାଞ୍ଜିଗଡ ଓ କେସିଙ୍ଗା ଅଞ୍ଚଳର ଲୋକେ ଖୁସି ବ୍ୟକ୍ତ କରିଥିବାବେଳେ ଲାଞ୍ଜିଗଡ ବ୍ଲକ ସାମ୍ବାଦିକ ସମୂହର ଉଦ୍ୟମକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ମାଗଣା ବିଜୁଳି ଯୋଜନାରେ ଲାଭବାନ ହେବେ ହିତାଧିକାରୀ, ଉଦ୍‌ଘାଟନ କରି…

କେସିଙ୍ଗା,୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଲଓ୍ବେ ଗେଟ୍‌ ନିକଟରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାର ବୁଧବାର ଉଦ୍‌ଘାଟନ ହୋଇଯାଇଛି। ସମଗ୍ର…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?