ଅଢ଼େଇବର୍ଷ ବିତିଲା, ଗଡ଼ିଲାନି ବସ୍‌

ବରଗଡ଼ ଅଫିସ୍‌,୧୩।୭ – ଯାତ୍ରୀବାହୀ ବସ୍‌ ରହଣୀ ଏବଂ ଯାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ବରଗଡ଼-ଭେଡ଼େନ କେନାଲ ରାସ୍ତା ପାର୍ଶ୍ୱରେ ନୂତନ ଘରୋଇ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ଏହା ୨୦୧୮ ନଭେମ୍ବର ୨୫ରେ ଉଦଘାଟିତ ହୋଇଛି। ଇତିମଧ୍ୟରେ ଅଢ଼େଇ ବର୍ଷ ବିତିଯାଇ ଥିଲେ ସୁଦ୍ଧା ଉକ୍ତ ବସଷ୍ଟାଣ୍ଡକୁ ବସ୍‌ ଗଡ଼ିନାହିଁ। ନିର୍ମାଣରେ ତ୍ରୁଟି ରହିଥିବା ଅଭିଯୋଗ କରି ଘରୋଇ ବସ୍‌ ମାଲିକ ସଂଘ ନୂତନ ବସ୍‌ଷ୍ଟାଣ୍ଡକୁ ବିରୋଧ କରି ପୁରୁଣା ବସ୍‌ଷ୍ଟାଣ୍ଡକୁ ବ୍ୟବହାର କରିଆସୁଛି।
ବରଗଡ଼ ଘରୋଇ ବସ୍‌ଷ୍ଟାଣ୍ଡରୁ ପ୍ରତିଦିନ ପ୍ରାୟ ୩ଶହ ଯାତ୍ରୀବାହୀ ବସ୍‌ ଯାତାୟାତ କରୁଛି। ଏହାକୁ ଦୃଷ୍ଟିରେ ରଖି ପୌର ପ୍ରଶାସନ ପକ୍ଷରୁ ସାଢ଼େ ୫କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଘରୋଇ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବସ୍‌ଷ୍ଟାଣ୍ଡ ପରିସରରେ ବସ୍‌ ଗଡ଼ିବା ଆରମ୍ଭ ହୋଇନାହିଁ। ଅପରପକ୍ଷେ ବସ୍‌ଷ୍ଟାଣ୍ଡରେ ଗୋରୁ, ଛେଳିମେଣ୍ଢା ବୁଲାବୁଲି କରୁଥିବା ଦେଖିବାକୁ ମିଳୁଛି। ବସଷ୍ଟାଣ୍ଡ ପରିସର ନିଶାଖୋରଙ୍କ ଆଡ୍ଡା ପାଲଟିଛି। ବରଗଡ଼ ସହରର ପ୍ରଦୀପ କୁମାର ମହାନ୍ତି କହିଛନ୍ତି, ଦୀର୍ଘ ଅଢ଼େଇ ବର୍ଷ ଧରି ନୂଆ ଘରୋଇ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁର୍ଭାଗ୍ୟଜନକ। ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ଯାତ୍ରୀଙ୍କ ସୁବିଧା ପାଇଁ ନିର୍ମିତ ନୂଆ ବସ୍‌ଷ୍ଟାଣ୍ଡ ସେଭଳି ପଡ଼ି ରହିଛି ଏବଂ ଅସାମାଜିକ ତତ୍ତ୍ବଙ୍କ ଆଡ୍ଡାସ୍ଥଳ ପାଲଟିଛି। ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରାଗଲେ ଯାତ୍ରୀମାନେ ଉପକୃତ ହୋଇପାରିବେ। ସେହିପରି ପୂର୍ବତନ ପୌରାଧ୍ୟକ୍ଷ ପ୍ରଶାନ୍ତ ବେହେରା କହିଛନ୍ତି, ଯାତ୍ରୀମାନଙ୍କ ସୁବିଧା ଏବଂ ଗରିବ ଲୋକଙ୍କ ପେଟପାଟଣାକୁ ଦୃଷ୍ଟିରେ ରଖି ନୂଆ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ଏଥିପାଇଁ ରାଜ୍ୟ ସରକାର କେବଳ ୫୦ଲକ୍ଷ ଟଙ୍କା ଅନୁଦାନ ଦେଇଥିବାବେଳେ ବାକି ୫କୋଟି ଟଙ୍କା ପୌର ପରିଷଦ ଖର୍ଚ୍ଚ କରିଛି। ଏତେଦିନ ପର୍ଯ୍ୟନ୍ତ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇପାରି ନ ଥିବାରୁ ଦୁଃଖ ଲାଗୁଛି। ସେହିପରି ବରଗଡ଼ ଘରୋଇ ବସ୍‌ ମାଲିକ ସଂଘର ମୁଖ୍ୟ ଉପଦେଷ୍ଟା ଦେବବ୍ରତ ମିଶ୍ର କହିଛନ୍ତି, ବସ୍‌ଷ୍ଟାଣ୍ଡ ନିର୍ମାଣରେ କିଛି ତ୍ରୁଟି ଦୃଷ୍ଟିକୁ ଆସିଥିଲା। ଫଳରେ ନୂଆ ବସ୍‌ଷ୍ଟାଣ୍ଡ ଦେଇ ବସ୍‌ ଚଳାଚଳ କିମ୍ବା ସେଠାରେ ବସ୍‌ ରହଣୀ ପାଇଁ ସହମତି ପ୍ରକାଶ କରାଯାଇ ନ ଥିଲା। ସେହି ତ୍ରୁଟିରେ ସୁଧାର ଆଣିବାକୁ ବସ୍‌ ମାଲିକ ସଂଘ ପୌର ପରିଷଦକୁ ପ୍ରସ୍ତାବ ଦେଇଛି। ପୌର ପରିଷଦ ସେଥିରେ ସହମତି ପ୍ରକାଶ କରିଥିବା ସେ କହିଛନ୍ତି । ସେହିପରି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପାଇଁ ଘରୋଇ ବସ୍‌ ମାଲିକ ସଂଘ ସହିତ ଆଲୋଚନା ଜାରି ରହିଛି ଏବଂ ଏହା ଅତିଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ସେ କହିଥିଲେ।

ବାହୁଡ଼ାରୁ ଗଡ଼ିପାରେ ବସ

ବରଗଡ଼ ଘରୋଇ ବସ୍‌ ମାଲିକ ସଂଘର ବିରୋଧ ଯୋଗୁ ନୂତନ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ତେବେ ବସ୍‌ ମାଲିକ ସଂଘର ପ୍ରସ୍ତାବରେ ପୌର ପରିଷଦ ରାଜି ହୋଇଥିବା ସୂଚନା ମିଳିଛି। ଆସନ୍ତା ୨୦ ତାରିଖ ଜଗନ୍ନାଥଙ୍କ ବାହୁଡ଼ା ଯାତ୍ରାରୁ ଘରୋଇ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହେବ ଏବଂ ଏହି ବସ୍‌ଷ୍ଟାଣ୍ଡ ଦେଇ
ବସ୍‌ ଗୁଡ଼ିକ ଗଡ଼ିବ ବୋଲି ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri